ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ରାଜନୈତିକ ଦଳ

ଭୁବନେଶ୍ୱର,୫।୪ (ବ୍ୟୁରୋ):ଶ୍ରୀମନ୍ଦିର ରୋଷଘରେ ଚୁଲିଭଙ୍ଗା ଘଟଣାକୁ ନେଇ ଜନ ଅସନ୍ତୋଷ ତୀବ୍ର ହେଉଥିବାବେଳେ ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିବା ସହ ହେରିଟେଜ ବୈଠକ ଡାକି ଘଟଣାର ବଡ଼ଧରଣର ତଦନ୍ତ କରିବାକୁ ସମାଜବାଦୀ ପାର୍ଟି ଦାବି କରିଛି। ଲୋକଙ୍କ ଆସ୍ଥା ଓ ବିଶ୍ୱାସର କଥା, ତୁରନ୍ତ କାର୍ଯ୍ୟାନୁଷ୍ଠାନ ସହ ଶ୍ରୀମନ୍ଦିରର ସୁରକ୍ଷା କରାଯାଉ ବୋଲି ସିପିଆଇ(ଏମ୍‌) ପକ୍ଷରୁ କୁହାଯାଇଛି।
ସୋମବାର ସମାଜବାଦୀ ପାର୍ଟିର ରାଜ୍ୟ ସଭାପତି ରବି ବେହେରା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖି ଦାବି ଜଣାଇଛନ୍ତି। ସେ ତାଙ୍କ ଚିଠିରେ ଲେଖିଛନ୍ତି ଯେ, ଜଗନ୍ନାଥଙ୍କ ରୋଷେଇ ଘର ମାଲିକ ହେଉଛନ୍ତି ମହାଲକ୍ଷ୍ମୀ। ତାଙ୍କ ଚୁଲିକୁ ଭାଙ୍ଗି ଦୁର୍ବୃତ୍ତମାନେ ଓଡ଼ିଆ ଜାତି ମୁହଁରେ କେବଳ କଳା ବୋଳିନାହାନ୍ତି, ସମଗ୍ର ଜଗନ୍ନାଥ ସଂସ୍କୃତିକୁ ବିଶ୍ୱ ସମ୍ମୁଖରେ ଅପମାନିତ କରିଛନ୍ତି। ଏହା ମହାପ୍ରଭୁ ଜଗନ୍ନାଥ ଓ ମହାଲକ୍ଷ୍ମୀଙ୍କ କୋଟି କୋଟି ଭକ୍ତଙ୍କୁ ଆଘାତ ଦେଇଛି। ଜଗନ୍ନାଥଙ୍କୁ ନେଇ ବିଗତ କିଛିବର୍ଷ ଧରି ଯେଉଁ ଦୁର୍ବୃତ୍ତମାନେ ବାରମ୍ବାର ଏଭଳି ଖେଳ ଖେଳୁଛନ୍ତି, ନିଜର ବ୍ୟକ୍ତିଗତ ଲାଭ, ପ୍ରତିଷ୍ଠା ଓ ବେପାର ବଣିଜକୁ କେନ୍ଦ୍ରକରି ଜଗନ୍ନାଥ ସଂସ୍କୃତି ଓ ଜଗନ୍ନାଥ ମନ୍ଦିରକୁ ଯେଉଁଭଳି ନିନ୍ଦିତ କରାଯାଉଛି, ତାହାକୁ ସପା ଘୋର ନିନ୍ଦା କରୁଛି। ସରକାର ତୁରନ୍ତ ହେରିଟେଜ୍‌ କ୍ୟାବିନେଟ୍‌ ବୈଠକ ଡାକି ଘଟଣା ଉପରେ ପୁଙ୍ଖାନୁପୁଙ୍ଖ ତଦନ୍ତ କରନ୍ତୁ ଓ ଜଗନ୍ନାଥ ସଂସ୍କୃତିର ସୁରକ୍ଷା ପାଇଁ କଡା ପଦକ୍ଷେପ ନିଅନ୍ତୁ। ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବରେ ହସ୍ତକ୍ଷେପ କରି ସବୁଦିନ ପାଇଁ ଏଭଳି ଘଟଣାରେ ପୂର୍ଣ୍ଣଚ୍ଛେଦ ପକାଇବାକୁ ବେହେରା ଦାବି କରିଛନ୍ତି।
ଅପରପକ୍ଷେ, ସିପିଆଇ(ଏମ୍‌) ପକ୍ଷରୁ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ଜଗନ୍ନାଥ ମିଶ୍ର କହିଛନ୍ତି, ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସମସ୍ତେ ଭକ୍ତି ଜଣାଉଛନ୍ତି। ଏହା ବିଶ୍ୱବାସୀଙ୍କ ବିଶ୍ୱାସ ଓ ଆସ୍ଥାର କଥା। ମାତ୍ର ତାଙ୍କ ଚୁଲିକୁ ଭାଙ୍ଗିବା ସବୁଠୁ ଦୁଃଖଦ ଘଟଣା। ଏହାକୁ ନେଇ ଚାରିଆଡେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଉଛି। ସରକାର ତୁରନ୍ତ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ନେବା ଦରକାର ବୋଲି ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri