କରୋନା ମାର୍ଗଦର୍ଶିକା ପାଳନ ସହିତ ରାଜନୈତିକ ଦଳ ଚାହୁଁଛନ୍ତି ବିଧାନସଭା ନିର୍ବାଚନ, ସୂଚନା ଦେଲେ ଇସି…

ନୂଆଦିଲ୍ଲୀ, ୩୦।୧୨: ସମସ୍ତ ରାଜନୈତିକ ଦଳ କରୋନା ମାର୍ଗଦର୍ଶିକା ପାଳନ ସହିତ ଠିକ୍‌ ସମୟରେ ରାଜ୍ୟରେ ବିଧାନସଭା ନିର୍ବାଚନ ଚାହୁଁଛନ୍ତିି ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି। ଏସମ୍ପର୍କରେ ମୁଖ୍ୟ ନିର୍ବାଚନ କମିଶନର(ଇସି) ସୁଶୀଲ ଚନ୍ଦ୍ରା ଗୁରୁବାର ସୂଚନା ଦେଇଛନ୍ତି। ଆସନ୍ତା ବର୍ଷ ଉତ୍ତରପ୍ରଦେଶ, ମଣିପୁର, ପଞ୍ଜାବ, ଉତ୍ତରାଖଣ୍ଡ ଏବଂ ଗୋଆ ଆଦି ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ସମ୍ପର୍କରେ ସୂଚନା ଦେଇ ସେ ଏଭଳି କହିଛନ୍ତି।

ଚନ୍ଦ୍ରା ଏକ ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି ଯେ, ସମ୍ପୃକ୍ତ ରାଜ୍ୟ ଗସ୍ତ ସମୟରେ ଆମେ ପ୍ରଶାସନ, ପୋଲିସ ଏବଂ ବିଭିନ୍ନ ରାଜନୈତିକ ଦଳର ନେତାଙ୍କୁ ଭେଟିଛୁ। ସେମାନେ ଠିକ୍‌ ସମୟରେ ନିର୍ବାଚନ ସମ୍ପର୍କରେ କହିଛନ୍ତି। ତେବେ ବର୍ତ୍ତମାନର ମହାମାରୀ ସଂକ୍ରମଣ ସ୍ଥିତିରେ ନିର୍ବାଚନ ରାଲିକୁ ନେଇ କେତେକ ରାଜନୈତିକ ଦଳ ଚିନ୍ତା ବ୍ୟକ୍ତ କରିଥିବା ସେ ପ୍ରକାଶ କରିଛନ୍ତି। ଅଧିକରୁ ଅଧିକ ଲୋକ କିପରି ନିର୍ବାଚନ ପ୍ରକ୍ରିୟାରେ ଅଂଶଗ୍ରହଣ କରିପାରିବେ ସେନେଇ ଆମେ ପ୍ରୟାସ କରୁଛୁ। ସେହିପରି ଦିବ୍ୟାଙ୍ଗମାନଙ୍କ କ୍ଷେତ୍ରରେ ଘରେ ଭୋଟିଂ ସୁବିଧା ପହଞ୍ଚାଇବା ଆମର ଲକ୍ଷ୍ୟ ବୋଲି ସେ କହିଛନ୍ତି।

ତେବେ ନିର୍ବାଚନ ତାରିଖ ଘୋଷଣା ୨୦୨୨ ଜାନୁୟାରୀ ୫ ପରେ କରାଯିବା ନେଇ ସେ ସୂଚନା ଦେଇଛନ୍ତି। ଜାନୁୟାରୀ ୫ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯିବ। ସମ୍ପ୍ରତି ୧୫ କୋଟି ଭୋଟରରୁ ଅଧିକ ଭୋଟର ପଞ୍ଜିକୃତ ହୋଇଛନ୍ତି। ସେହିପରି ମତଦାନ ସମୟ ସୀମା ଘଣ୍ଟାଏ ବୃଦ୍ଧି କରାଯିବ। ପୂର୍ବାହ୍ନ ୮ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଜାରି ରହିବ ବୋଲି ସେ କହିଛନ୍ତି। ମତଦାନ କେନ୍ଦ୍ରରେ କରୋନା ସଂକ୍ରମଣ ସୁରକ୍ଷା ବ୍ୟବସ୍ଥା କରାଯିବ। ସେହିପରି ୩ ବର୍ଷ ଧରି କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ବଦଳି କରାଯିବ।

ପୂର୍ବରୁ ୧୫୦୦ ଭୋଟରଙ୍କ ପାଇଁ ଗୋଟିଏ ବୁଥ୍‌ କରାଯାଇଥିବାବେଳେ ଏବେ ୧୨୫୦ ଭୋଟରଙ୍କ ପାଇଁ ଗୋଟିଏ ବୁଥ୍‌ କରାଯିବ। ଫଳରେ ବୁଥ୍‌ ସଂଖ୍ୟା ୧୧ ହଜାର ବୃଦ୍ଧି ପାଇବ। ୮୦୦ ମତଦାନ କେନ୍ଦ୍ରରେ କେବଳ ମହିଳା କର୍ମଚାରୀ ରହିବେ । ନିର୍ବାଚନରେ ସମସ୍ୟା ଉପୁଜିଲେ ଲୋକେ ସି-ଭିଜଲି ଆପ୍‌ ଦ୍ୱାରା ଏହାର ଅଭିଯୋଗ କରି ପାରିବେ ବୋଲି ଇସି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri