ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ନିର୍ବାଚନ ଆଚରଣ ବିଧି ଲାଗୁ ବି ହୋଇସାରିଛି। ଏବେ ଗାଁ’ଗଣ୍ଡାରେ ନାମଯଜ୍ଞ, ରାମାୟଣ  ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଛି। ହେଲେ ଏହି ସାଂସ୍କୃତିକ କାର୍ଯ୍ୟକ୍ରମରେ ନିର୍ବାଚନ ଆଚରଣ ବିଧିକୁ ଫୁ’ କରାଯାଇଥିବାର ଦୃଷ୍ଟିଗୋଚର ହୋଇଛି।

ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଜହ୍ନାପଡ଼ା ପଞ୍ଚାୟତର ବରାହମୁଣ୍ଡାରେ ଆଚରଣ ବିଧି ଫୁ’ କରାଯାଇଥିବା ନଜରକୁ ଆସିଛି। ଗାଁରେ ଥିବା ସ୍କୁଲ ଭିତରେ ନାମଯଜ୍ଞ ନାମରେ ଭୋଜିଭାତ ଚାଲିଛି। ଏନେଇ ସମ୍ପୃକ୍ତ ବରାହମୁଣ୍ଡା ୟୁଜିୟୁପି ସ୍କୁଲର ପ୍ରଧାନଶିକ୍ଷକ ସନ୍ତୋଷ କୁମାର କାଲୋ ଅତାବିରା ବ୍ଲକ ଶିକ୍ଷାଧିକାରୀ ମିଶ୍ରାଣୀ କୁମ୍ଭାରଙ୍କୁ ଲିଖିତ ଭାବେ ଜଣାଇଥିଲେ ବି ସ୍କୁଲ ଭିତରେ ଭୋଜିଭାତ କାର୍ଯ୍ୟକ୍ରମକୁ ରୋକି ପାରିନାହାନ୍ତି। ଓଲଟା ମୁଁ ଛୁଟିରେ ଥିଲି ଆଜି କାର୍ଯ୍ୟରେ ଯୋଗ ଦେଇ ନିର୍ବାଚନ ଟ୍ରେନିଂ ବରଗଡ଼ ଯାଇଥିଲି କହି ଅଭିଯୋଗକୁ ବିଇଓ ମିଶ୍ରାଣୀ କୁମ୍ଭାର ଏଡ଼ାଇ ଦେଇଛନ୍ତି। ଏ ନେଇ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଏହାର ତଦନ୍ତ କରି ବୁଝିବି ବୋଲି କହିଥିଲେ। ଅନ୍ୟ ପଟେ ନିର୍ବାଚନ ମୁଣ୍ଡ ଉପରେ ଥିବା ବେଳେ ଭୋଟ୍‌ ପାଇବା ଆଶାରେ ଅତାବିରା ବିଧାନସଭା ଆସନର ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ନାମଯଜ୍ଞରେ ଆଶୀର୍ବାଦ ନେବାକୁ ଯାଇ ସ୍କୁଲ ପରିସରରେ ହେଉଥିବା ଭୋଜିଭାତରେ ସାମିଲ ହୋଇଥିବା ସାଧାରଣରେ ଅଭିଯୋଗ ହୋଇଛି। ଏ ନେଇ ମହାନନ୍ଦଙ୍କୁ ତାଙ୍କ ଫୋନ୍‌ ନଂ ୯୯୩୭୦୬୦୬୬୬ରେ ପ୍ରତିକ୍ରିୟା ପାଇଁ ଯୋଗାଯୋଗ କରାଯାଇଥିଲେ ବି ସେ ଫୋନ ଉଠାଇ ନାହାନ୍ତି। ଅନ୍ୟ ପଟେ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ମଧ୍ୟ କାର୍ଯ୍ୟକ୍ରମକୁ ନିଜ ସମର୍ଥକଙ୍କ ସହ ଅନୁରୂପ ଭାବେ ଯାଇ ଯୋଗ ଦେଇଛନ୍ତି। ଜହ୍ନାପଡ଼ା ସରପଞ୍ଚ ସୁବାସିନୀ ତାରିଆଙ୍କୁ ପଚାରିବାରୁ ବରାହମୁଣ୍ଡାରେ ନାମଯଜ୍ଞ ଚାଲିଛି ସ୍କୁଲ ପରିସରରେ ଭୋଜିଭାତ ପାଇଁ ମୋତେ କେହି ଜଣାଇ ନାହାନ୍ତି କିମ୍ବା ମୋତେ ପଚାରି ନାହାନ୍ତି ବୋଲି କହିଛନ୍ତି। ନିର୍ବାଚନରେ ଭୋଟ୍‌ ପାଇବାକୁ ରାଜନୈତିକ ଦଳର ପ୍ରାର୍ଥୀମାନେ ବି ନିର୍ବାଚନ ଆଚରଣ ବିଧିକୁ ଫୁ’ କରିବାରେ ପଛାଇ ନାହାନ୍ତି। ଏହି ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri