ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧି କେ. ହରିବନ୍ଧୁ ରେଡ୍ଡୀଙ୍କୁ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି।

ଶନିବାର ରାତି ପ୍ରାୟ ୮ ଟାରେ ଗଡଗୋବିନ୍ଦପୁର ଗ୍ରାମର ନୃସିଂହ ମହାପ୍ରଭୁଙ୍କ ମନ୍ଦିରରେ ହରିବନ୍ଧୁ ତାଙ୍କ ୨ ସହଯୋଗୀ ନିଳାଞ୍ଚଳ ସାହୁ ଏବଂ ଯଜ୍ଞ ରେଡ୍ଡୀଙ୍କ ସହ କଥା ହେଉଥିବାବେଳେ ସରପଞ୍ଚ ରଞ୍ଜନ କୁମାର ସାହୁଙ୍କ ୪ରୁ ଉର୍ଦ୍ଧ ସମର୍ଥକ ସେଠାରେ ପହଞ୍ଚି ନିଳାଞ୍ଚଳ ଓ ଯଜ୍ଞଙ୍କୁ ଆକ୍ରମଣ କରିଥିଲେ। ପ୍ରତିବାଦ କରିବାରୁ ହରିବନ୍ଧୁଙ୍କୁ ସେମାନେ ଘାତକ ଆକ୍ରମଣ କରିଥିଲେ। ପରେ ହରିବନ୍ଧୁ ଏବଂ ତାଙ୍କ ସମର୍ଥକମାନେ ସରପଞ୍ଚଙ୍କ ସମର୍ଥକ କାଳିଆ ପ୍ରଧାନଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଆହାତ ହରିବନ୍ଧୁଙ୍କୁ କିଛି ଗ୍ରାମବାସୀ ଉଦ୍ଧାର କରି ପ୍ରଥମେ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ସେହିପରି କାଳିଆଙ୍କୁ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। କେ.ନୂଆଗାଁ ଥାନା ଏବଂ ନୂଆପଡ଼ା ଫାଣ୍ଡି ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ସବିଶେଷ ତଦନ୍ତ କରି ଫେରିଥିବା ଜଣାପଡ଼ିଛି। ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖାଯାଇଥିବା ଜଣାପଡିଛି।

ହରିବନ୍ଧୁଙ୍କୁ ଆକ୍ରମଣ ଘଟଣାରେ ବ୍ରହ୍ମପୁର ଏମପି ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ,ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଏବଂ ଦିଗପହଣ୍ଡି ବ୍ଲକର ପୂର୍ବତନ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ ନିନ୍ଦା କରିଛନ୍ତି। ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି।

ପଞ୍ଚାୟତରେ ଗତ ୩ ବର୍ଷ ମଧ୍ୟରେ ଏମଜିଏନଏନଆରଜିଏସ ଯୋଜନାରେ କୌଣସି କାମ କରାନଯାଇ ପ୍ରାୟ ୨ କୋଟି ଟଙ୍କା ଆତ୍ମସାତ କରାଯାଇଥିବା ନେଇ ହରିବନ୍ଧୁଙ୍କ ସମର୍ଥକ ନିଳାଞ୍ଚଳ ରାଜ୍ୟ ଲୋକାୟୂକ୍ତଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ତଦନ୍ତ ପାଇଁ ନୋଟିସ ହେବାରୁ ପ୍ରତିପକ୍ଷ ସରପଞ୍ଚଙ୍କ ସମର୍ଥିତ ଗୋଷ୍ଠୀର ଯୁବକମାନେ ତାଙ୍କୁ ପୂର୍ବରୁ ଆକ୍ରମଣ ପାଇଁ ଧମକ ଦେଇଥିଲେ। ଏନେଇ ସେ ସୁରକ୍ଷା ପାଇଁ ଗଞ୍ଜାମ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିବା ପରେ ଜିଲାପାଳ କେ.ନୂଆଗାଁ ଥାନା ଆଇଆଇସିଙ୍କୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରିଥିଲେ। ପ୍ରତିପକ୍ଷ ଗୋଷ୍ଠୀର ଯୁବକମାନେ ଏଥିରେ ଉତ୍ତେଜିତ ହୋଇ ଗ୍ରାମରେ ଆତଙ୍କ ଚଳାଉଥିଲେ ବୋଲି ହରିବନ୍ଧୁ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

ଏନେଇ ସେ କେ.ନୂଆଗାଁ ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ସରପଞ୍ଚଙ୍କ ସମେତ ଆକ୍ରମଣରେ ସମ୍ପୃକ୍ତ ୪ ଯୁବକଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଛନ୍ତି। ଘଟଣାକୁ କେନ୍ଦ୍ରକରି ଗ୍ରାମରେ ଚାପା ଉତ୍ତେଜନା ଲାଗିରହିଥିଲେ ମଧ୍ୟ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିବା ନୂଆପଡ଼ା ଫାଣ୍ଡି ଅଧିକାରୀ ଜଗବନ୍ଧୁ ବାର୍ଲା ଜଣାଇଛନ୍ତି। ଅପରପକ୍ଷରେ ସରପଞ୍ଚ ତାଙ୍କ ନାଁ ରେ ହୋଇଥିବା ସମସ୍ତ ଅଭିଯୋଗକୁ ଅସ୍ବୀକାର କରିଛନ୍ତି।

ଏମଜିଏନଆରଜିଏସ ଯୋଜନାରେ କୌଣସି ପ୍ରକାର ଅନିୟମିତତା ହୋଇନାହିଁ। ଗତ ପଞ୍ଚାୟତ ନିର୍ବାଚନରେ ପରାଜିତ ହେବା ପରଠାରୁ ହରିବନ୍ଧୁ ପଞ୍ଚାୟତର ବିକାଶରେ ବାଧକ ହେବା ସହ କେନ୍ଦ୍ର ଓ ରାଜ୍ୟସରକାରଙ୍କ ବିଭିନ୍ନ ଯୋଜନାରେ କରାଯାଉଥିବା ଉନ୍ନୟନ କାମ ଗୁଡ଼ିକୁ ବିରୋଧ କରି ଆସୁଛନ୍ତି। ତାଙ୍କ ସମର୍ଥକଙ୍କ ଜରିଆରେ ମିଥ୍ୟା ତଥ୍ୟ ଆଧାରରେ ନିୟମିତ ବ୍ୟବଧାନରେ ପିଟିସନ କରୁଛନ୍ତି। ଯାହା ଫଳରେ ବହୁ ସଂଖ୍ୟକ ପ୍ରକଳ୍ପର ଉନ୍ନୟନ କାମ ବନ୍ଦ ରହିଛି। ଶନିବାର ସକାଳେ ଗ୍ରାମର ଜଣେ ଅବସରପ୍ରାପ୍ତ ଇଞ୍ଜିନିୟରଙ୍କ ପ୍ରରୋଚନାରେ ଗୋଟିଏ ଗୋଷ୍ଠୀର ଯୁବକମାନେ ହୋଲି ଶୋଭାଯାତ୍ରାର ଆୟୋଜନ କରି ପ୍ରତିପକ୍ଷ ଗୋଷ୍ଠୀର ଯୁବକ ମାନେ ହୋଲି ଖେଳୁଥିବାବେଳେ ସେମାନଙ୍କୁ ଧମକ ଦେଇଥିଲେ। ପରେ ମାମଲା ସମାଧାନ ହୋଇଥିଲା। ଆକ୍ରମଣ ପ୍ରତି ଆକ୍ରମଣ ଘଟଣାରେ ତାଙ୍କର କୌଣସି ସମ୍ପୃକ୍ତି ନଥିବା ସରପଞ୍ଚ ତାଙ୍କ ପ୍ରତିକ୍ରିୟାରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?