Posted inଜାତୀୟ

ମେ’ ପ୍ରଥମ ସପ୍ତାହରେ ନିଜର ରାଜନୈତିକ ଯାତ୍ରା ଆରମ୍ଭ କରିପାରନ୍ତି ପିକେ

ନୂଆଦିଲ୍ଲୀ,୧୮ ।୪: ରାଜନୀତିର ଚାଣକ୍ୟ ଭାବେ ପରିଚିତ ପ୍ରଶାନ୍ତ କିଶୋର ତାଙ୍କ ରାଜନୈତିକ ଯାତ୍ରା ମେ’ ପ୍ରଥମ ସପ୍ତାହରୁ ଆରମ୍ଭ କରିପାରନ୍ତି ବୋଲି ଅନୁମାନ କରାଯାଉଛି । ସେ କଂଗ୍ରେସରେ କେବେ ଓ କେମିତି ସାମିଲ ହେବେ ସେ ନିଷ୍ପତ୍ତି ସେ ସୋନିଆ ଗାନ୍ଧୀଙ୍କ ଉପରେ ଛାଡି ଦେଇଛନ୍ତି । ହେଲେ ଗୋଟିଏ କଥା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ସମସ୍ତ ମୁଖ୍ୟ ନେତାଙ୍କ ସହ ହୋଇଥିବା ବୈଠକରେ ପିକେ ସ୍ପଷ୍ଟ କରିଛନ୍ତି କି ତାଙ୍କୁ ଦଳର କୌଣସି ପଦ ଦରକାର ନାହିଁ । ଏହାସହ ତାଙ୍କର କୌଣସି ସର୍ତ୍ତ ବି ରହିବ ନାହିଁ । ହେଲେ କଂଗ୍ରେସକୁ ୨୦୨୪ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ବିପକ୍ଷରେ ମଜଭୁତ କରି ଲଢେଇ କରିବାକୁ ପ୍ରସ୍ତୁତ ହେବା ଲାଗି ଯେଉଁ ଯୋଜନା ସେ କରିଛନ୍ତି ସେଥିରେ କୌଣସି ସାଲିସ ସେ କରିବେ ନାହିଁ । ଏହାକୁ ନେଇ ଏବେ ସୋନିଆ ଅନ୍ତିମ ନିଷ୍ପତ୍ତି ନେବେ କି ରିଭାଇଭାଲ କଂଗ୍ରେସକୁ ପିକେଙ୍କ ପ୍ଲାନ ଲାଗୁ କରିବାକୁ ପାର୍ଟି କେଉଁ ପର୍ଯ୍ୟନ୍ତ ଯାଇପାରେ । ସୂଚନାଯୋଗ୍ୟ, ଶନିବାର ସୋନିଆ ଗାନ୍ଧୀଙ୍କ ୧୦ ଜନପଥରେ ଥିବା ଘରେ ସୋନିଆ, ରାହୁଲ, ପ୍ରିୟଙ୍କାଙ୍କ ସହ କଂଗ୍ରେସର ପ୍ରାୟ ୧୫ ଶୀର୍ଷ ନେତାଙ୍କ ସହ ପିକେଙ୍କର ଲମ୍ବା ୪ ଘଣ୍ଟାର ବୈଠକରେ ଦଳ ଭାଜପା ବିପକ୍ଷରେ ଲଢିବାକୁ ପ୍ରଶାନ୍ତଙ୍କ ଯୋଜନା ଉପରେ ଆଲୋଚନା ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri