Posted inଜାତୀୟ

ମେ’ ପ୍ରଥମ ସପ୍ତାହରେ ନିଜର ରାଜନୈତିକ ଯାତ୍ରା ଆରମ୍ଭ କରିପାରନ୍ତି ପିକେ

ନୂଆଦିଲ୍ଲୀ,୧୮ ।୪: ରାଜନୀତିର ଚାଣକ୍ୟ ଭାବେ ପରିଚିତ ପ୍ରଶାନ୍ତ କିଶୋର ତାଙ୍କ ରାଜନୈତିକ ଯାତ୍ରା ମେ’ ପ୍ରଥମ ସପ୍ତାହରୁ ଆରମ୍ଭ କରିପାରନ୍ତି ବୋଲି ଅନୁମାନ କରାଯାଉଛି । ସେ କଂଗ୍ରେସରେ କେବେ ଓ କେମିତି ସାମିଲ ହେବେ ସେ ନିଷ୍ପତ୍ତି ସେ ସୋନିଆ ଗାନ୍ଧୀଙ୍କ ଉପରେ ଛାଡି ଦେଇଛନ୍ତି । ହେଲେ ଗୋଟିଏ କଥା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ସମସ୍ତ ମୁଖ୍ୟ ନେତାଙ୍କ ସହ ହୋଇଥିବା ବୈଠକରେ ପିକେ ସ୍ପଷ୍ଟ କରିଛନ୍ତି କି ତାଙ୍କୁ ଦଳର କୌଣସି ପଦ ଦରକାର ନାହିଁ । ଏହାସହ ତାଙ୍କର କୌଣସି ସର୍ତ୍ତ ବି ରହିବ ନାହିଁ । ହେଲେ କଂଗ୍ରେସକୁ ୨୦୨୪ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ବିପକ୍ଷରେ ମଜଭୁତ କରି ଲଢେଇ କରିବାକୁ ପ୍ରସ୍ତୁତ ହେବା ଲାଗି ଯେଉଁ ଯୋଜନା ସେ କରିଛନ୍ତି ସେଥିରେ କୌଣସି ସାଲିସ ସେ କରିବେ ନାହିଁ । ଏହାକୁ ନେଇ ଏବେ ସୋନିଆ ଅନ୍ତିମ ନିଷ୍ପତ୍ତି ନେବେ କି ରିଭାଇଭାଲ କଂଗ୍ରେସକୁ ପିକେଙ୍କ ପ୍ଲାନ ଲାଗୁ କରିବାକୁ ପାର୍ଟି କେଉଁ ପର୍ଯ୍ୟନ୍ତ ଯାଇପାରେ । ସୂଚନାଯୋଗ୍ୟ, ଶନିବାର ସୋନିଆ ଗାନ୍ଧୀଙ୍କ ୧୦ ଜନପଥରେ ଥିବା ଘରେ ସୋନିଆ, ରାହୁଲ, ପ୍ରିୟଙ୍କାଙ୍କ ସହ କଂଗ୍ରେସର ପ୍ରାୟ ୧୫ ଶୀର୍ଷ ନେତାଙ୍କ ସହ ପିକେଙ୍କର ଲମ୍ବା ୪ ଘଣ୍ଟାର ବୈଠକରେ ଦଳ ଭାଜପା ବିପକ୍ଷରେ ଲଢିବାକୁ ପ୍ରଶାନ୍ତଙ୍କ ଯୋଜନା ଉପରେ ଆଲୋଚନା ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri