Posted inଜାତୀୟ

ନୀତୀଶଙ୍କୁ ଟାର୍ଗେଟ କଲେ ପ୍ରଶାନ୍ତ କିଶୋର, କହିଲେ ୧୯୯୦ ଭଳି ରହିଛି ୨୦୨୨ର ବିହାର, ୩୦-୪୦ ବର୍ଷରେ କିଛି ବି ବଦଳି ନାହିଁ

ପାଟନା,୩ ।୧୦: ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ରବିବାର ୨ ଅକ୍ଟୋବର ଅର୍ଥାତ୍ ଗାନ୍ଧୀ ଜୟନ୍ତୀରେ ପଶ୍ଚିମ ଚମ୍ପାରନ ଜିଲାର ଭିତିହାରବା ସ୍ଥିତ ଗାନ୍ଧୀ ଆଶ୍ରମରୁ ତାଙ୍କର ‘ଜନ ସୁରାଜ’ ପଦଯାତ୍ର ଆରମ୍ଭ କରିଛନ୍ତି । ଏହି ସମୟରେ ସେ ପୁଣିଥରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ବିହାର ଆଜିବି ୧୯୯୦ ଭଳି ରହିଛି । ୩୦-୪୦ ବର୍ଷରେ କିଛି ବି ପରିବର୍ତ୍ତନ ହୋଇନାହିଁ ।
ପ୍ରଶାନ୍ତ କିଶୋର କହିଛନ୍ତି, ଆମେ ୩୦-୪୦ ବର୍ଷ ହେବ ଶୁଣି ଆସିଛୁ ଯେ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବାରେ ସୁଧାର ଆସିବ । ହେଲେ ରାଜ୍ୟରେ କିଛି ବି ବଦଳି ନାହିଁ । ୧୯୯୦ରେ ବିହାର ସବୁଠାରୁ ଗରିବ ଓ ସବୁଠାରୁ ପଛୁଆ ରାଜ୍ୟ ଥିଲା । ଆଜି ୨୦୨୨ରେ ବି ସେହି ସ୍ଥିତିରେ ରହିଛି ବିହାର । ଲୋକେ ରାଜ୍ୟ ଛାଡି ବାହାର ରାଜ୍ୟକୁ ଚାଲି ଯିବାକୁ ଶ୍ରେୟ ମଣୁଛନ୍ତି ।
ସୂଚନାଯୋଗ୍ୟ, ପ୍ରଶାନ୍ତ କିଶୋରଙ୍କ ‘ଜନ ସୁରାଜ’ ପଦଯାତ୍ରା ୩,୫୦୦ କିଲୋମିଟର ଦୂର ଅତିକ୍ରମ କରିବ । ସେ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଟୁଇଟ କରି ଲେଖିଛନ୍ତି, ଦେଶର ସବୁଠାରୁ ଗରିବ ଓ ପଛୁଆ ରାଜ୍ୟ ବିହାରରେ ବ୍ୟବସ୍ଥା ପରିବର୍ତ୍ତନର ଦୃଢ ସଂକଳ୍ପ, ପ୍ରଥମ ମହତ୍ୱପୂର୍ଣ୍ଣ ପଦକ୍ଷେପ ସମାଜର ସହଯୋଗରେ ଏକ ନୂଆ ଓ ଭଲ ରାଜନୈତିକ ବ୍ୟବସ୍ଥା ପ୍ରସ୍ତୁତ କରିବାକୁ ଆଗାମୀ ୧୨-୧୫ ମାସ ମଧ୍ୟରେ ବିହାରର ସହର, ଗାଁ ଓ ଗଳିରେ ୩୫୦୦ କିଲୋମିଟର ପଦଯାତ୍ରା, ଭଲ ଓ ବିକଶିତ ବିହାର ପାଇଁ ପ୍ରଶାନ୍ତ କାମ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri