ନିର୍ବାଚନ ବେଳେ ଓଡ଼ିଶା ଆସନ୍ତି ପଲିଟିକାଲ ଟୁରିଷ୍ଟ: ନବୀନ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ ଟୁରିଷ୍ଟ ବା ରାଜନୈତିକ ପର୍ଯ୍ୟଟକ କହି ନବୀନ ଆକ୍ଷେପ କରିଛନ୍ତି। ଜାତୀୟ ନ୍ୟୁଜ ସରବରାହ ସଂସ୍ଥା ‘ପିଟିଆଇ’କୁ ନବୀନ ସାକ୍ଷାତାକାର ଦେଇ ଏଭଳି ମନ୍ତବ୍ୟ ଦେଇଛନ୍ତି।

ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି କେନ୍ଦ୍ର ମନ୍ତ୍ରୀ ଏବଂ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଓଡ଼ିଶା ଆସି ନିର୍ବାଚନ ପ୍ରଚାର ଜାରି ରଖିଥିବା ବେଳେ ଓଡ଼ିଶାରେ ବିଜେଡି ଏବଂ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କରୁଛନ୍ତି। ଏହାର କଡ଼ା ଜବାବ ଦେଇଛନ୍ତି ନବୀନ। ସାକ୍ଷାତାକାରରେ ସେ କହିଛନ୍ତି, ନିର୍ବାଚନ ବେଳେ ଓଡ଼ିଶାକୁ ପଲିଟିକାଲ ଟୁରିଷ୍ଟ ଆସନ୍ତି। କିଛି ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ କେବଳ ନିର୍ବାଚନ ସମୟରେ ପଲିଟିକାଲ ଟୁରିଷ୍ଟ ଭଳି ଓଡ଼ିଶା ଆସନ୍ତି, ପରେ ସେମାନେ ଦେଖାଯାଆନ୍ତି ନାହିଁ। ଓଡ଼ିଶାବାସୀଙ୍କ ଉପରେ ଭାଜପାର କେନ୍ଦ୍ରୀୟ ନେତାଙ୍କ ବକ୍ତବ୍ୟର କୌଣସି ପ୍ରଭାବ ପଡ଼ିବ ନାହିଁ। ଦୁର୍ଭାଗ୍ୟର ବିଷୟ ଏହି ନେତାମାନଙ୍କ ମଧ୍ୟରୁ ଅଧିକାଂଶ ଆଶାଳୀନ ଭାଷା ପ୍ରୟୋଗ କରୁଛନ୍ତି। ଯାହାକି ଦୁର୍ଭାଗ୍ୟଜନକ। କିନ୍ତୁ ଏଥିରେ ମୁଁ ବିଶ୍ବାସ କରେନି। ଭାଜପାର ଏଭଳି ଭାଷାକୁ ରାଜ୍ୟବାସୀ ପସନ୍ଦ କରନ୍ତିନି କି ପ୍ରଶୟ ମଧ୍ୟ ଦିଅନ୍ତିନି ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…

ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା,...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri