ମୁଖ୍ୟମନ୍ତ୍ରୀ-ନରସିଂହ ମିଶ୍ରଙ୍କ ଭେଟ୍‌ଘାଟ୍‌କୁ ନେଇ ରାଜନୈତିକ ମହଲରେ ହଲ୍‌ଚଲ୍‌

ବଲାଙ୍ଗୀର,୮ା୧(ବୀରେନ୍ଦ୍ର କୁମାର ଝାଙ୍କର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ତାଙ୍କ ଆବାସିକ କାର୍ଯ୍ୟାଳୟରେ ପୂର୍ବତନ ଆଇନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଗତ ୪ ତାରିଖରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହି ଆଲୋଚନାରେ ଓଡ଼ିଶା ରାଜ୍ୟ ଏବଂ ବଲାଙ୍ଗୀର ଜିଲାର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସ୍ଥାନ ପାଇଥିଲା। ବଲାଙ୍ଗୀରର ଲୋୟର ସୁକତେଲ ପ୍ରକଳ୍ପ ନିକଟରେ ଥିବା ଖେଳପଡ଼ିଆକୁ ଏକ ପୂର୍ଣ୍ଣାଙ୍ଗ ଷ୍ଟାଡିୟମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମିଶ୍ର ପ୍ରସ୍ତାବ ଦେଇଥିଲେ। ଏହି ଅଞ୍ଚଳର ସୌନ୍ଦର୍ଯ୍ୟକରଣ ଉଦ୍ଦେଶ୍ୟରେ ଏକ ଉଦ୍ୟାନ ନିର୍ମାଣ ପାଇଁ ଆସିଥିବା ଅନୁଦାନ ଫେରିଯାଇଥିଲା। ତେଣୁ ସେହି ଅନୁଦାନରାଶି ପୁଣି ପ୍ରଦାନ କରି ଲୋୟର ସୁକ୍‌ତେଲ ଡ୍ୟାମ୍‌ ନିକଟରେ ଏକ ବଡ଼ ଉଦ୍ୟାନ ବା ପାର୍କ ନିର୍ମାଣ କାମ ଆରମ୍ଭ କରାଯାଉ ବୋଲି ମିଶ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ପୂର୍ବତନ ଆଇନମନ୍ତ୍ରୀ ନରସିଂହଙ୍କ ମଧ୍ୟରେ ଅଧଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ଆଲୋଚନା ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, କିଛିଦିନ ତଳେ ମହାନଦୀ ପ୍ରସଙ୍ଗରେ ରାଜ୍ୟ ସରକାର ଏକ ସର୍ବଦଳୀୟ କମିଟି ଗଠନ କରିଥିଲେ। ଏହାକୁ ନରସିଂହ ସ୍ବାଗତ କରିବା ସହ ପୂର୍ବ ସରକାରକୁ ଟାର୍ଗେଟ୍‌ କରିଥିଲେ। ସେ କହିଥିଲେ, ଭାଜପା ସରକାର ମହାନଦୀ ପ୍ରସଙ୍ଗରେ ସର୍ବଦଳୀୟ କମିଟି ଗଠନ କରିବା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ତେବେ କଂଗ୍ରେସର ବରିଷ୍ଠ ନେତା ଆସି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କରିଥିବା ଆଲୋଚନାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri