Posted inଜାତୀୟ

୩ ବିଧାୟକଙ୍କ ଇସ୍ତଫା ପରେ ସଙ୍କଟରେ ହିମାଚଳ ସରକାର

ଶିମଲା,୨୨।୩: ହିମାଚଳ ପ୍ରଦେଶରେ ଶୁକ୍ରବାର ଏକ ବଡ ଧରଣର ରାଜନନୈତିକ ଓଲଟପାଲଟ ଦେଖିବାକୁ ମିଳିଛି। ଏପରିକି ପ୍ରଦେଶରେ ଏକପ୍ରକାର କ୍ଷମତା କନ୍ଦଳ ଦେଖାଦେଇଛି। ରାଜ୍ୟସଭା ନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ ଭୋଟ ଦେଇଥିବା ୩ଜଣ ସ୍ବାଧୀନ ବିଧାୟକ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ୨୫ ଦିନ ପରେ ହିମାଚଳ ଫେରିଥିବା ୩ ସ୍ବାଧୀନ ବିଧାୟକ ବିଧାନସଭା ସଚିବଙ୍କୁ ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ହମୀରପୁର ସଦରରୁ ସ୍ବାଧୀନ ବିଧାୟକ ଆଶିଷ ଶର୍ମା, ନାଲାଗଡ ବିଧାୟକ କେ.ଏଲ୍‌ ଠାକୁର ଏବଂ ଦେହରା ବିଧାୟକ ହୋସିଆର ସିଂ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି । ସେମାନେ ଇସ୍ତଫା ଦେବାକୁ ଯିବା ବେଳେ ସେମାନଙ୍କ ସହ ହିମାଚଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଉପସ୍ଥିତ ଥିଲେ।

ଅନ୍ୟପକ୍ଷେ ସମାନ ମାମଲାରେ କଂଗ୍ରେସ ୬ ଦଳୀୟ ବିଧାୟକଙ୍କୁ ସସ୍‌ପେଣ୍ଡ କରିଛି। ସସ୍‌ପେଣ୍ଡ ହୋଇଥିବା ବିଧାୟକଙ୍କ ଆସନରେ ଜୁନ ପହିଲାରେ ଲୋକସଭା ନିର୍ବାଚନ ସହ ବିଧାନସଭା ନିର୍ବାଚନ ହେବ । ଏପରିକି ଇସ୍ତଫା ଦେଇଥିବା ୩ ବିଧାୟକଙ୍କ ଆସନରେ ମଧ୍ୟ ଉପ ନିର୍ବାଚନ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri