Posted inଭଦ୍ରକ

ରାଜନୈତିକ ହିଂସା: ଘର, ଗାଡ଼ି ଭଙ୍ଗାରୁଜା

ବାସୁଦେବପୁର,୨୨।୨ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗଁା ପଞ୍ଚାୟତ ଭାତପଡ଼ା ଗ୍ରାମରେ ରବିବାର ରାତିରେ ରାଜନୈତିକ ହିଂସା ଘଟିଛି। କଂଗ୍ରେସ ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ନେଇ ଉତ୍ତେଜନା ଦେଖାଦେଇଛି। ଆକ୍ରମଣ ଓ ପ୍ରତି ଆକ୍ରମଣରେ ଦୁଇଜଣ ଆହତ ହୋଇଛନ୍ତି। ଆହତ ଦୁଇଜଣ ହେଲେ ଗୋଟିଏ ପକ୍ଷରୁ ପୂର୍ବତନ ସମିତିସଭ୍ୟ ତଥା ବରିଷ୍ଠ ବିଜେଡି ନେତା ଭଗବାନ ଚନ୍ଦ୍ର ନାୟକ ଓ ଅନ୍ୟ ପକ୍ଷର କଂଗ୍ରେସ ସମର୍ଥିତ ୱାର୍ଡମେମ୍ବର ପ୍ରାର୍ଥୀଙ୍କ ପୁଅ ସତ୍ୟବ୍ରତ ଜେନା। ଆହତ ଭଗବାନଙ୍କୁ ବାସୁଦେବପୁର ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପୂର୍ବତନ ସମିତିସଭ୍ୟ ତଥା କଂଗ୍ରେସ ନେତା ସୁରେନ୍ଦ୍ର ବିଶ୍ୱାଳଙ୍କ ବାଇକ୍‌ ଭଙ୍ଗାରୁଜା କରାଯାଇଛି। ସେହିପରି କଂଗ୍ରେସ ସମର୍ଥିତ ୱାର୍ଡସଭ୍ୟ ପ୍ରାର୍ଥୀ ପଦ୍ମଲୋଚନ ଜେନାଙ୍କ ଘରକୁ କେତେଜଣ ବ୍ୟକ୍ତି ଭାଙ୍ଗି ଦେଇଛନ୍ତି। ଏହି ରାଜନୈତିକ ହିଂସା ନେଇ ସୋମବାର ବାସୁଦେବପୁର ଥାନାରେ ୩ଟି ଅଭିଯୋଗ ହୋଇଛି।
ସମିତିସଭ୍ୟ ଭଗବାନ ଘରେ ଥିବାବେଳେ କେତେଜଣ କଂଗ୍ରେସ କର୍ମୀ, ସମର୍ଥକ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ଏତଲାରେ ଦର୍ଶାଇଛନ୍ତି। ଅପରପକ୍ଷେ ୱାର୍ଡମେମ୍ବର ପ୍ରାର୍ଥୀ ପଦ୍ମଲୋଚନଙ୍କ ସ୍ତ୍ରୀ ମଞ୍ଜୁଲତା ଅଭିଯୋଗ କରିଛନ୍ତି ଯେ, ବିପକ୍ଷ ରାଜନୈତିକ ଦଳର ଶତାଧିକ କର୍ମୀ ଓ ସମର୍ଥକ ତାଙ୍କ ଘର, ଗାଡ଼ି ଭାଙ୍ଗି ଦେଇଛନ୍ତି। ଏଥିସହ ଘରେ ପଶି ଭଙ୍ଗାରୁଜା କରି ମୋବାଇଲ ଓ ଅନ୍ୟ ସାମଗ୍ରୀ ଲୁଟି ନେଇଛନ୍ତି। ସେହିପରି କଂଗ୍ରେସର ପୂର୍ବତନ ସମିତିସଭ୍ୟ ସୁରେନ୍ଦ୍ର କେତେଜଣ ଯୁବକ ସଂଘବଦ୍ଧ ହୋଇ ତାଙ୍କୁ ଗାଳିଗୁଲଜ କରିବା ସହ ବାଇକ୍‌ ଭାଙ୍ଗି ଦେଇଥିବା ଏବଂ ତାଙ୍କ ବାପା ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ମଣିଭଦ୍ର ବିଶ୍ୱାଳଙ୍କ ପ୍ରତିମୂର୍ତ୍ତି ଖମ୍ବକୁ ଭାଙ୍ଗି ଦେଇଥିବା ଏତଲାରେ ଉଲ୍ଲେଖ କରିଛନ୍ତି। ରିପୋର୍ଟ ଲେଖା ହେବା ସୁଦ୍ଧା ଥାନାରେ ଏନେଇ କୌଣସି ମାମଲା ରୁଜୁ କରାଯାଇ ନାହିଁ। ଘଟଣାର ତଦନ୍ତ ଚାଲିଥିବା ବାସୁଦେବପୁର ଥାନା ସବ୍‌ ଇନ୍ସପେକ୍ଟର ବିଶ୍ୱଜିତ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri