ଭଦ୍ରକରେ ରାଜନୈତିକ ହିଂସା: ଯୁବକଙ୍କୁ ମାଡ଼ ମାରି ପୋଖରୀରେ ଫିଙ୍ଗିଲେ; ପ୍ରତିବାଦରେ ରାସ୍ତାରୋକୋ

ଭଦ୍ରକ ଅଫିସ,୧।୨: ଭଦ୍ରକ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି, ରାଜନୈତିକ ହିଂସା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ଭଦ୍ରକ ବ୍ଲକ ବ୍ରହ୍ମପୁର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଶୁଭାଶିଷ ଗିରି।

ଅଭିଯୋଗ ମୁତାବକ, ବ୍ରହ୍ମପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କ ସହ ପୁଅ ସେନାପତି ଓ ଲିଟୁ ସେନାପତି ମିଶି ବ୍ରହ୍ମପୁର ବିଦ୍ୟାଳୟ ପଡିଆକୁ ଜବରଦଖଲ କରିବା ସହ କ୍ଲବ ଘରକୁ ମଧ୍ୟ ନିଜ ଅକ୍ତିଆରକୁ ନେବାକୁ ଉଦ୍ୟମ କରୁଥିଲେ। ଏହାକୁ ଶୁଭାଶିଷ ବିରୋଧ କରୁଥିଲେ। ସକାଳେ ଉକ୍ତ ମାମଲାକୁ ନେଇ ଉଭୟ ଶୁଭାଶିଷ ଓ ପୁଅଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ପୁଅ ଓ ତାଙ୍କ ସମର୍ଥକମାନେ ଶୁଭାଶିଷଙ୍କୁ ମାଡ଼ ମାରିବା ସହିତ ଟ୍ୟୁବ୍‌ଓ୍ବେଲ ହ୍ୟାଣ୍ଡଲରେ ମାଡମାରି ପୋଖରୀକୁ ଫିଙ୍ଗି ଦେଇଥିଲେ। ଫଳରେ ପୋଖରୀ ଭିତରେ ତାଙ୍କର ମୃତ୍ୟୁ ହୋଇଥିଲା।

ଘଟଣାକୁ ପ୍ରତିବାଦ କରି ମଙ୍ଗଳବାର ଭାଜପା ସମର୍ଥକମାନେ ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଇଚ୍ଛାପୁର ଛକଠାରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ଏହାକୁ ନେଇ ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri