ଗୌଡଗାଁରେ ରାଜନୈତିକ ହିଂସା ଥମୁନି: ଘରେ ପଶି ୨ଜଣଙ୍କୁ କାତି ଚୋଟ, ୩ ଜେଲ ଗଲେ

ଦିଗପହଣ୍ଡି,୧୦ା୨(ଡି.ଏନ୍‌.ଏ.)  ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡଗାଁ ପଞ୍ଚାୟତରେ ରାଜନୈତିକ ହିଂସା ଥମିବାର ନାଁ ଧରୁନି। ଜଣେ ନିର୍ଦ୍ଦିଷ୍ଟ ସରପଞ୍ଚ ପ୍ରାର୍ଥୀଙ୍କୁ ସମର୍ଥନ କରିବାରୁ ମଙ୍ଗଳବାର ରାତିରେ ପଞ୍ଚାୟତ ଅଧିନ ଜାମସାହି ବସ୍ତିର ଏକ ଘରେ ପଶି ୨ ଯୁବକଙ୍କୁ କାତିରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ କେ.ନୂଆଗାଁ ପୋଲିସ ବୁଧବାର ୩ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛିି। ସେମାନେ ହେଲେ ବିଶ୍ୱନାଥ ନାଇକ, ତ୍ରିନାଥ ନାଇକ ଏବଂ ପ୍ରଫୁଲ୍ଲ ନାଇକ। ମାମଲା ନଂ. ୪୬/୨୨ ବିଭିନ୍ନ ଦଫା ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି।
ମଙ୍ଗଳବାର ରାତିରେ ଏକ ନିର୍ଦ୍ଦିିଷ୍ଟ ଗୋଷ୍ଠୀର ୯ ଜଣ ବିଭିନ୍ନ ମାରଣାସ୍ତ୍ର ଧରି ଅପର ଗୋଷ୍ଠୀର ନରୋତ୍ତମ ନାଇକ ଓ ମୀନକେତନ ନାଇକଙ୍କୁ ଘର ବାରଣ୍ଡାରେ ସଂଘବଦ୍ଧ ଆକ୍ରମଣ କରିଥିଲେ। ଉଭୟେ ଜୀବନ ବିକଳରେ ଘରକୁ ଦୌଡିବାରୁ ସେମାନେ ଘରେ ପଶି କାତିରେ ଆକ୍ରମଣ କରିଥିଲେ। ଏପରି କି ଘରର ସ୍ତ୍ରୀ ଲୋକମାନଙ୍କୁ ମଧ୍ୟ ସେମାନେ ଅସଦାଚରଣ କରିବାକୁ ପଛାଇ ନ ଥିଲେ। ଖବରପାଇ ବିଳମ୍ବିତ ରାତିରେ କେ. ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ପୋଲିସ ସେଠାରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିଲା। ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ଅନ୍ୟମାନେ ଫେରାର ହୋଇଯାଇଥିଲେ। ଗୁରୁତର ଆହତ ମୀନକେତନ ଓ ନରୋତ୍ତମଙ୍କୁ ପ୍ରଥମେ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଓ ପରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri