କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ ପୋଡ଼ିବା ସହ ମାର୍‌ପିଟ୍‌ ହୋଇଛି। ଏହାକୁ ନେଇ ଅଭିଯୋଗକ୍ରମେ ଆଗରପଡ଼ା ଥାନାରେ ୩ଟି ମାମଲା ରୁଜୁ କରାଯାଇଛି। କାଦବରାଙ୍ଗ ବଜାରରେ ତେଜରାତି ଦୋକାନ କରିଥିବା ବଳରାମ ଆରଣ ଶୁକ୍ରବାର ଦୋକାନରେ ଥିବା ବେଳେ କେତେଜଣ ବ୍ୟକ୍ତି ସଂଘବଦ୍ଧ ଭାବେ ତାଙ୍କୁ ୧୦ ହଜାର ଟଙ୍କା ମାଗିଥିଲେ। ଟଙ୍କା ନ ଦେବାରୁ ସେମାନେ ତାଙ୍କୁ ଧକ୍କା ମାରିବା ସହ ପିନ୍ଧିଥିବା ସୁନା ଚେନ୍‌, ମୁଦି ଓ ଦୋକାନରୁ ଟଙ୍କା ନେଇଯାଇଥିବା ବଳରାମଙ୍କ ଭାଇ ଉମାକାନ୍ତ ଏତଲାରେ ଦର୍ଶାଇଛନ୍ତି। ଏନେଇ ଥାନାରେ ମାମଲା (ନଂ.୯୪/୨୪) ରୁଜୁ ହୋଇଛି।
ସେହିପରି କାଦବରାଙ୍ଗ ପଞ୍ଚାୟତର ପୂର୍ବତନ ସରପଞ୍ଚ ଭାଗୀରଥି ସେଠୀ ଶୁକ୍ରବାର ଭଦ୍ରକରୁ ଫେରୁଥିବା ବେଳେ କାଦବରାଙ୍ଗ ବଜାରରେ ଆକ୍ରମଣ କରାଯାଇଥିବା ନେଇ ତାଙ୍କ ସ୍ତ୍ରୀ କନକଲତା ସେଠୀଙ୍କ ଅଭିଯୋଗକ୍ରମେ ଥାନାରେ ଅନ୍ୟ ଏକ ମାମଲା (ନଂ.୯୫/୨୪) ରୁଜୁ ହୋଇଛି। ଅପରପକ୍ଷେ ଉକ୍ତ ବଜାରରେ ସୁରେଶ ଗିରି ତାଙ୍କ ଦୋକାନରେ ବସିଥିବା ବେଳେ କେତେଜଣ ଯୁବକ ସଂଘବଦ୍ଧ ଭାବେ ତାଙ୍କୁ ଗାଳିଗୁଲଜ କରିବା ସହ ଦୋକାନ ବନ୍ଦ କରି ପଳାଇ ଯିବାକୁ ଧମକ ଦେଇଥିଲେ। ସେ ଦୋକାନ ବନ୍ଦ କରି ଯିବା ପରେ ସେମାନେ ତାଙ୍କ ଦୋକାନର ଟେବୁଲ, ଖଟ ଓ ଛପର ଭଙ୍ଗାରୁଜା କରିବା ସହ ଆଗରେ ଥିବା ଲୁଣ ବସ୍ତା ଫିଙ୍ଗି ଦେଇଥିଲେ। ପରେ ବଜାରର ଏକ ଚାଉମିନ ଦୋକାନକୁ ପୋଡ଼ି ଦେଇଛନ୍ତି। ସୁରେଶଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୯୮/୨୪) ରୁଜୁ କରିଛି। ପୋଲିସ ଏସବୁ ଘଟଣାର ତଦନ୍ତ ଜାରି ରଖିଛି। ପ୍ରକାଶଥାଉ କି, ପୂର୍ବରୁ ଏଠାରେ ବାରମ୍ବାର ଏଭଳି ହିଂସାକାଣ୍ଡ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri