ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ ହେଲେ ଖଲ୍ଲିକୋଟର ତୋଫାନ ମହାରଣା ଏବଂ ପୁରୁଷୋତ୍ତମପୁରର ତିରୁପତି ଦୋରା।

ପୁରୁଷୋତ୍ତମପୁରେ ଗତ ୧୨ ତାରିଖରେ ଏନ୍‌ସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ତା ପ୍ରସ୍ତାବ ଭୋଟ ସରିଛି। ଅଧ୍ୟକ୍ଷାଙ୍କ ବିରୋଧରେ ୧୦ଟି ଭୋଟ ଯାଇଥିବା ବେଳେ ଏଥିରେ ଭାଜପାକୁ ସଫଳତା ମିଳିଛି। ଅଧ୍ୟକ୍ଷା ଏବଂ ତାଙ୍କ ସମର୍ଥିତ କାଉନସିଲର ହାଇକୋର୍ଟଙ୍କ ଦ୍ବାରସ୍ତ ହୋଇଥିବାକୁ ଏହାର ଶୁଣାଣି ସୋମବାର ରହିଛି।

ଶୁଣାଣି ପୂର୍ବରୁ ସହରରେ ରାଜନୈତିକ ହିଂସା ଆରମ୍ଭ ହୋଇ ପୁରୁଷୋତ୍ତମପୁରରେ ଖଣ୍ଡା ବୁଲିଛି। ଏନ୍‌ଏସିରେ ଦଳୀୟସ୍ଥିତି ପରଖିବା ସହ କର୍ମୀଙ୍କ ସହ ଆଲୋଚନା ଲାଗି ଭାଜପାର ପ୍ରତିନିଧି ଭାବେ ଖଲ୍ଲିକୋଟ ସ୍ବାସ୍ଥ୍ୟକଲୋନିର ତୋଫାନ ମହାରଣା ଆସି ପୁରୁଷୋତ୍ତମପୁରର ଭାଜପା କର୍ମୀ ସୁରେଶ ମହାନ୍ତିଙ୍କ ସହ ଆଲୋଚନା କରିଛନ୍ତି। ଏପରିକି ସେ ଶୋଇଥିବା ବେଳେ ହଟାତ ପୁରୁଷୋତ୍ତମପୁର ଅମୁଣିଆ ସାହିର କିଛି ଯୁବକଙ୍କ ସମେତ ଅନ୍ୟକିଛି ବ୍ୟକ୍ତି ମାରଣାସ୍ତ୍ର ଧରି ସୁରେଶଙ୍କ ଘରେ ପଶି ତାଙ୍କୁ ଆକ୍ରମଣ କରି ଦାଣ୍ଡକୁ ଘୋଷାଡି ଆଣି ମାରପିଟ୍‌ କରିଥିଲେ। ଫଳରେ ସେ ଆହାତ ହୋଇଛନ୍ତି।

ଏହିଘଟଣା ପ୍ରଘଟ ହେବା ପରେ ତୋଫାନଙ୍କ ସମର୍ଥକମାନେ ଘଟଣାସ୍ଥଳରେ ପହଞ୍ଚି ଥିଲେ। ଫଳରେ ଉଭୟ ପକ୍ଷଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ସ ଘଟିଥିଲା। ଏଥିରେ ଅପର ଗୋଷ୍ଠୀର ତିରୁପତି ଦୋରା ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲରେ ଭିର୍ତ୍ତି କରାଯାଇଛି। ଏଥିନେଇ ତୋଫାନଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୬୦୬/୨୪) ରୁଜୁ କରି ଜଣଙ୍କୁ ଥାନାକୁ ଆଣି ପଚାରାଉଚରା କରୁଛି। ଅନ୍ୟପକ୍ଷେ ଅପରପକ୍ଷରୁ ଘଟଣାକୁ ନେଇ କୌଣସି ଅଭିଯୋଗ ହୋଇନାହିଁ ।

ଥାନା ଆଇଆଇସି ବିପିନ ବିହାରି ହୋତା ଘଟଣାକୁ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଛନ୍ତି। ଏହାକୁ ନେଇ ଭାଜପାର ଘମୁସର ଜିଲା ସାଧାରଣ ସମ୍ପାଦକ ଅନିଲ କୁମାର ପଣ୍ଡା ଘଟଣାକ ନିନ୍ଦା କରିବା ସହ ପ୍ରତିକ୍ରିଆ ପ୍ରକାଶ କରି କହିଛନ୍ତି ଯେ, ବିଜେଡି ଏନ୍‌ଏସି ଅଧ୍ୟକ୍ଷାପଦ ହରାଇବାକୁ ନେଇ ରକ୍ତମୁଖା ହୋଇପଡିଛି। କିଛି ଉପାୟ ନ ପାଇ ଭୋକ ବିକଳରେ ତାଟିଆ କାମୁଡ଼ିବା ଭଳି ଏପରି ଗୁଣ୍ଡାରାଜ କରି ଭାଜପା କର୍ମୀଙ୍କୁ ଭୟଭିତ କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?