ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ ଟିକେଟ୍‌ ଦେଇଛନ୍ତି। ବର୍ଷା ବଡଚଣାରୁ ଲଢିବେ ବୋଲି ନବୀନ ଘୋଷଣା କରିଛନ୍ତି।

ତେବେ ଏହାରି ଭିତରେ ଅନୁଭବ ମହାନ୍ତିଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କାରଣ ଏହି ଦୁଇଜଣ ଦୁଇ ପରସ୍ପର ବିରୋଧୀ ରାଜନୈତିକ ଦଳର ଷ୍ଟାର ପ୍ରାର୍ଥୀ ସାଜିଛନ୍ତି। ସୂଚନାଥାଉ କି, ଗୁରୁବାର ଅଭିନେତ୍ରୀ ବର୍ଷା, ବିଜେଡିରେ ଯୋଗ ଦେଇଥିଲେ । ତା କିଛି ଦିନ ପୂର୍ବରୁ ବର୍ଷାଙ୍କ ପୂର୍ବତନ ସ୍ବାମୀ ଅନୁଭବ ମହାନ୍ତି ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିଲେ । ଏବେ ଚର୍ଚ୍ଚା ହେଉଛି କି, ଅନୁଭବ ଆଉ ବିଧାନସଭା ନିର୍ବାଚନ ଲଢ଼ିବାକୁ ଚାହୁଁନାହାନ୍ତି।

କଟକ ସଂସଦୀୟ କ୍ଷେତ୍ରରୁ ଭର୍ତ୍ତୃହରି ମହତାବଙ୍କୁ ଭାଜପା ପ୍ରାର୍ଥୀ ହେବା ପରେ ଅନୁଭବଙ୍କ ଆଶା ମଉଳି ଯାଇଛି । କୁହାଯାଉଛି କି, ଅନୁଭବଙ୍କୁ ବାରବାଟୀ-କଟକ କିମ୍ବା ସାଲେପୁରରୁ ପ୍ରାର୍ଥୀ କରିବାକୁ ଚାହୁଁଛି ଭାଜପା । କିନ୍ତୁ ଏଥିପାଇଁ ପୁରା ଅରାଜି ଅଛନ୍ତି ଅନୁଭବ । ଅନୁମାନ କରାଯାଉଛି, ଅନୁଭବ ଏବେ ଭାଜପାର ଷ୍ଟାର କ୍ୟାମ୍ପେନର ଭାବେ ମଇଦାନକୁ ଓହ୍ଲାଇ ପାରନ୍ତି ।

ବିଜେଡିରୁ ରାଜ୍ୟ ସଭା ଯିବା ପରେ ୨୦୧୯ରେ ଶଙ୍ଖ ଟିକେଟରେ କେନ୍ଦ୍ରାପଡ଼ାରୁ ଏମପି ଭାବେ ନିର୍ବାଚିତ ହୋଇଥିଲେ ଅନୁଭବ । ସେତେବେଳେ ଦୁହେଁ ବିଜେଡି ପାଇଁ ଷ୍ଟାର କ୍ୟାମ୍ପେନର ମଧ୍ୟ ସାଜିଥିଲେ। ପରବର୍ତ୍ତୀ ସମୟରେ ବର୍ଷା-ଅନୁଭବଙ୍କ ପାରିବାରିକ ବିବାଦ ତେଜିବା ପରେ ଅନୁଭବଙ୍କଠାରୁ ବିଜେଡି ଦୂରତା ବଜାୟ ରଖିଥିଲା । ଯେତେବେଳେ କି ବର୍ଷା ଉପ ନିର୍ବାଚନ ଏବଂ ପଞ୍ଚାୟତ ନିର୍ବାବାଚନରେ ବିଜେଡିର ଷ୍ଟାର କ୍ୟାମ୍ପେନର ସାଜି ପ୍ରଚାର ସମ୍ଭାଳିଥିଲେ। କିନ୍ତୁ ଏବେ ୨୦୨୪ରେ ଦୃଶ୍ୟପଟ୍ଟ ପୂରା ପରିବର୍ତ୍ତନ ହୋଇଯାଇଛି । ତେବେ ବିଜେଡି ବର୍ଷାଙ୍କୁ ଟିକେଟ୍‌ ଦେବା ପରେ ଅନୁଭବଙ୍କୁ ଭାଜପା କେଉଁଠୁ ଟିକେଟ୍‌ ଦେବ ତାଙ୍କୁ କଳ୍ପନାଜଳ୍ପନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri