ଅସ୍ତ୍ରବିରତି ପରେ ରାଜନୀତି: ବିରୋଧୀ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୧୨ା୫:ପହଲଗାମ୍‌ ଆକ୍ରମଣ ପରେ ଭାରତ-ପାକିସ୍ତାନ ମଧ୍ୟରେ ସାମରିକ ଉତ୍ତେଜନା ପ୍ରକାଶ ପାଇଥିବାବେଳେ ବିରୋଧୀ ଦଳଗୁଡ଼ିକ ସରକାରଙ୍କ ପ୍ରତିଟି କାର୍ଯ୍ୟାନୁଷ୍ଠାନକୁ ପୂର୍ଣ୍ଣ ସମର୍ଥନ ଜଣାଇଥିଲେ। କିନ୍ତୁ ରବିବାର ଅସ୍ତ୍ରବିରତିକୁ ୨୪ ଘଣ୍ଟା ନ ବିତୁଣୁ ଏହି ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତିଙ୍କ ଭୂମିକାକୁ ନେଇ ବିରୋଧୀ ପ୍ରଶ୍ନ ଉଠାଇଛନ୍ତି। ପହଲଗାମ୍‌ ଆକ୍ରମଣଠାରୁ ନେଇ ‘ଅପରେଶନ୍‌ ସିନ୍ଦୂର’ ଓ ତତ୍‌ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିବା ପାଇଁ ସର୍ବଦଳୀୟ ବୈଠକ ଏବଂ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଉପରେ ଚାପ ପକାଇବା ଆରମ୍ଭ କରିଛନ୍ତି। ଏହି ପ୍ରସଙ୍ଗରେ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ଓ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଥିବାବେଳେ ଏଆଇସିସି ସାଧାରଣ ସମ୍ପାଦକ ସଚିନ ପାଇଲଟ୍‌ ରବିବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ୧୯୭୧ ଯୁଦ୍ଧ ପରେ ମଧ୍ୟ ତତ୍କାଳୀନ ସରକାରଙ୍କ ଉପରେ ଅନୁରୂପ ଚାପ ସୃଷ୍ଟି କରାଯାଇଥିଲା। ସେତେବେଳେ ଆମେରିକା ସରକାର ନିଜ ସେନାର ସପ୍ତମ ଫ୍ଲିଟ୍‌ ପଠାଇବାକୁ ଚେତାବନୀ ଦେଇଥିଲେ। ଏହାସତ୍ତ୍ୱେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଜାତୀୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ନିଜ କାର୍ଯ୍ୟ କରିଥିଲେ। ବର୍ତ୍ତମାନର ସିଜ୍‌ଫାୟାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋଷଣା କରିଛନ୍ତି। ଏପରି କି ସେ କଶ୍ମୀର ପ୍ରସଙ୍ଗ ମଧ୍ୟ ଉଠାଇଛନ୍ତି। କଶ୍ମୀର ପ୍ରସଙ୍ଗର ଅନ୍ତର୍ଜାତୀୟକରଣ ଉଦ୍ୟମ ହୋଇଥିବାରୁ ସରକାର ନିଜ ଆଭିମୁଖ୍ୟ ସ୍ପଷ୍ଟ କରିବା ଉଚିତ। ସରକାର ସଂସଦର ଅଧିବେଶନ ଡାକି ୧୯୯୪ରେ ନିଆଯାଇଥିବା ସଂକଳ୍ପନାମାକୁ ପୁନର୍ବାର ଗୃହୀତ କରାନ୍ତୁ। ୧୯୯୪ ସଂକଳ୍ପନାମା ଅନୁସାରେ କଶ୍ମୀର ଏକ ଦ୍ୱିପାକ୍ଷିକ ପ୍ରସଙ୍ଗ ହୋଇଥିବାରୁ ତୃତୀୟ ପକ୍ଷର ସମ୍ପୃକ୍ତିକୁ ଏଥିରେ ଅଗ୍ରାହ୍ୟ କରାଯାଇଛି।
ତେବେ କେବଳ କଂଗ୍ରେସ ନୁହେଁ, ଶିବସେନା ୟୁବିଟି ଏବଂ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ମଧ୍ୟ ଅନୁରୂପ ଦାବି କରିଛନ୍ତି। ଆପ୍‌ର ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ କହିଛନ୍ତି, ଆମେରିକା କାହିଁକି ସିଜ୍‌ଫାୟାର ଘୋଷଣା କଲା? ଭାରତର ସାର୍ବଭୌମତ୍ୱକୁ ନେଇ କାହିଁକି ପ୍ରଶ୍ନ ଉଠୁଛି ବୋଲି ଲୋକଙ୍କ ମନରେ ପ୍ରଶ୍ନ ଉଙ୍କିମାରୁଥିବା ସଞ୍ଜୟ କହିଛନ୍ତି।
ସରକାର ବର୍ତ୍ତମାନ ସୁଦ୍ଧା ସ୍ଥିତି ଉପରେ ପ୍ରତିକ୍ରିୟା ଦେବା ପାଇଁ ଅଧିକାରୀମାନଙ୍କ ଉପରେ ଦାୟିତ୍ୱ ଛାଡ଼ିଦେଇଛନ୍ତି। ତେଣୁ ଅସ୍ତ୍ରବିରତି ଚୂଡ଼ାନ୍ତ ନୁହେଁ ଏବଂ ଆଗକୁ କ’ଣ ହେଉଛି ତା’ ଉପରେ ନଜର ରଖାଯାଇଥିବା ସଙ୍କେତ ମିଳୁଛି ବୋଲି ଅନେକେ କହୁଛନ୍ତି। ଏଭଳି ସମୟରେ ଭାଜପା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା ଓ କଂଗ୍ରେସକୁ ସମାଲୋଚନା କରାଯାଇଛି। ୧୯୭୧ ଯୁଦ୍ଧ ପରେ ଇନ୍ଦିରା ଗାନ୍ଧୀଙ୍କ ସରକାର କୌଣସି ରଣନୈତିକ ଲାଭକୁ ସୁନିଶ୍ଚିତ ନ କରି ୯୦,୦୦୦ରୁ ଊର୍ଦ୍ଧ୍ୱ ଯୁଦ୍ଧବନ୍ଦୀଙ୍କୁ ଛାଡ଼ିଦେଇଥିଲେ। କିନ୍ତୁ ମୋଦିଙ୍କ ନେତୃତ୍ୱରେ ପାକିସ୍ତାନ ମାତ୍ର ୭୨ ଘଣ୍ଟା ଭିତରେ ଆଣ୍ଠେଇ ପଡ଼ିଛି ବୋଲି ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ଏକ୍ସ’ରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri