ଅମରଙ୍କ ବିସ୍ଫୋରକ ବୟାନ: ଆଗକୁ ବହୁତ କିଛି ଘଟିବାକୁ ଯାଉଛି, କେବଳ BJP ନୁହେଁ…

ଭୁବନେଶ୍ୱର,୧୫।୧୦: ବିଜେଡ଼ିରେ ନ ଥିବା କହି ଚର୍ଚ୍ଚାର ପରିସରକୁ ଆସିଥିବା ଅମର ପ୍ରସାଦ ଶତପଥୀ ମଙ୍ଗଳବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଆଗକୁ ଓଡ଼ିଶା ରାଜନୀତିରେ ଅନେକ ଘଟଣା ଘଟିବାକୁ ଯାଉଥିବା ସେ କହିଛନ୍ତି। ଏହାଛଡ଼ା ଭାଜପା ନେତା ରାମଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିକୁ ନେଇ ସେ ପ୍ରତିକ୍ରିୟା ରଖି କେବଳ ଭାଜପା ନୁହେଁ ଅନ୍ୟ ଦଳ ବି ଯୋଗାଯୋଗରେ ଥିବା କହିଛନ୍ତି।

ଅମର କହିଛନ୍ତି, ମୁଁ ଦେଇଥିବା ମନ୍ତବ୍ୟକୁ ବହୁ ବିଜେଡି ବନ୍ଧୁ ସମର୍ଥନ କରୁଛନ୍ତି। ସେମାନେ ଖୋଲାଖୋଲି କହୁନାହାନ୍ତି । କିନ୍ତୁ ସେମାନଙ୍କ ଇଚ୍ଛା ଦଳ ସଜଡ଼ା ଯାଉ। ଭାଜପା ପରିସ୍ଥିତିର ସୁବିଧା ନେଇଛି । ଭାଜପା ଲୋକଙ୍କ ସମର୍ଥନ ପାଉଛି । ଆଗକୁ ଯିବାକୁ ବର୍ତ୍ତମାନ ଭାଜପା ପାଇଁ କ୍ଷେତ୍ର ପ୍ରସ୍ତୁତ ହେଉଛି। ରାଜନୈତିକ ଦୃଶ୍ୟପଟ୍ଟରେ ଆଗକୁ ଅନେକ ଘଟଣା ଘଟିବାକୁ ଯାଉଛି ବୋଲି ଅମର ପ୍ରସାଦ ଶପଥୀ କହିଛନ୍ତି ।

ଏହାଛଡ଼ା ଦଳ ଛାଡ଼ିବା ପ୍ରସଙ୍ଗରେ ଅମର କହିଛନ୍ତି, ମୁଁ ବିଜେଡିରେ ନାହିଁ। ମୁଁ ଏବେ ସ୍ବାଧୀନ। ସଭ୍ୟ ସଂଗ୍ରହ ଅଭିଯାନରେ ମୁଁ ମୋ ସଭ୍ୟପଦ ନବୀକରଣ କରିନାହିଁ। ସେଠାରେ ମୋର ଆବଶ୍ୟକତା ନଥିବା ଅନୁଭବ କରି ନବୀକରଣ କରିନାହିଁ। ସଭ୍ୟପଦ ନେଇନି ମାନେ ମୁଁ ଟେକ୍ନିକାଲି ବିଜେଡିରେ ନାହିଁ। ଦିନ ଥିଲା ମୁଁ ବିଜେଡିରେ ଟିକେଟ ବାଣ୍ଟୁଥିଲି। ଏବେ କିଛି ଦିନ ହେଲା ମୁଁ ସକ୍ରିୟ ରାଜନୀତିରୁ ନିବୃତ ରହିଛି। ଲେନିନ୍‌ଙ୍କ ଅପରିପକ୍ୱତା ପ୍ରତି ମୋର ଦୟା ଆସୁଛି। ମୋର କୌଣସି ପୁତୁରା ଭାଜପାକୁ ଯାଇ ନାହାନ୍ତି। ସେ ନାଁ କହିଲେ ଭଲ ହେବ। ଭାଜପା ସହ ଅନେକ ଦଳ ମୋ ସହ ଯୋଗାଯୋଗରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?