ମାଗଣା ଚାଉଳକୁ ନେଇ ବଢ଼ିଲା ରାଜନୀତି

ଭୁବନେଶ୍ବର,୬ା୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ବର୍ଷେ ପର୍ଯ୍ୟନ୍ତ ଖାଦ୍ୟ ସୁରକ୍ଷା ଯୋଜନାରେ ମାଗଣା ଚାଉଳ ବଣ୍ଟନ କଥାକୁ ନେଇ ଏବେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ରାଜ୍ୟ ଗସ୍ତରେ ଆସିଥିବା ୨ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବ ଏହି ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆଗରୁ ଯେପରି କେନ୍ଦ୍ର ଯୋଜନାକୁ ହଡ଼ପ କରି ରାଜ୍ୟ ସରକାର ବାହାବା ନେଇଯାଉଥିଲେ ସେ ପରିସ୍ଥିତି ଆଉ ଏବେ ନାହିଁ। ମୋଦି ସରକାର ମାଗଣା ଚାଉଳ ଦେଉଥିବା କଥା ସମସ୍ତେ ଜାଣିଲେଣି ବୋଲି କେନ୍ଦ୍ରମନ୍ତ୍ରୀ କହିଥିବା ବେଳେ ରାଜ୍ୟ ସରକାରଙ୍କ ଘୋଷଣା ନିର୍ବାଚନକୁ ଦେଖିକି ନୁହେଁ ବୋଲି ମନ୍ତ୍ରୀ ଅତନୁ ସବ୍ୟସଚୀ ନାୟକ କହିଛନ୍ତି।
ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ଓଡ଼ିଶାର ୩.୨୫ କୋଟି ହିତାଧିକାରୀଙ୍କୁ ମୋଦି ସରକାର ଦେଉଥିବା ମାଗଣା ଚାଉଳକୁ ରାଜ୍ୟ ସରକାର ଠିକ୍‌ ଭବେ ବିତରଣ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ କହିଛନ୍ତି, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଦିଆଯାଉଥିବା ଖାଦ୍ୟାନ୍ନର ୯୦ରୁ ୯୫ ଭାଗ ମୋଦି ସରକାର ଦେଉଥିବା ବେଳେ ଅବଶିଷ୍ଟ ଭାଗ ରାଜ୍ୟ ସରକାର ଦେଉଛନ୍ତି। ଏବେ ଦେଶରେ ୮୧ କୋଟି ୩୫ ଲକ୍ଷ ଲୋକଙ୍କୁ ମାଗଣାରେ ମାସକୁ ୫ କେଜି ଚାଉଳ ଦେବା ପାଇଁ କେନ୍ଦ୍ର କ୍ୟାବିନେଟ୍‌ ନିଷ୍ପତ୍ତି ନେଇଛି। ଓଡ଼ିଶାର ୪.୫ କୋଟି ନାଗରିକଙ୍କ ମଧ୍ୟରୁ ୩ କୋଟି ୨୫ ଲକ୍ଷ ଲୋକ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧା ପାଉଛନ୍ତି। ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୧ ଲକ୍ଷ ୮୭ ହଜାର ମେଟ୍ରିକ ଟନ୍‌ ଚାଉଳ ପ୍ରଦାନ କରାଯାଉଛି। ବଜାର ମୂଲ୍ୟ ଅନୁସାରେ ବର୍ତ୍ତମାନ କେଜି ପିଛା ୩୭ ଟଙ୍କା ୨୮ ପଇସା ଖର୍ଚ୍ଚ ହେଉଛି। ଅର୍ଥାତ୍‌ ଏଥିପାଇଁ ମାସିକ ୭୦୦ କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ କେନ୍ଦ୍ର ସରକାର ବର୍ଷକୁ ପ୍ରାୟ ୮,୪୦୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ରାଜ୍ୟ ସରକାର ନିଜସ୍ବ ଯୋଜନାରେ ମାତ୍ର ୧୮୫ କୋଟି ଦେଉଛନ୍ତି। ତେବେ ବିତରଣର ଦାୟିତ୍ୱ ରାଜ୍ୟ ସରକାରଙ୍କ ହାତରେ ନ୍ୟସ୍ତ ରହିଛି। ନିର୍ଭୁଲ୍‌ ଓ ନିର୍ଦ୍ଦିଷ୍ଟ ଲାଭାର୍ଥୀଙ୍କୁ ଚାଉଳ ଦେବା ପାଇଁ ଚାଉଳ ବିତରଣ ପ୍ରଣାଳୀରେ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ଅନେକ ସହାୟତା ଦେଇଛନ୍ତି। ରାଜ୍ୟ ସରକାର ଉପଯୁକ୍ତ ହିତାଧିକାରୀଙ୍କୁ ଚାଉଳ ବିତରଣ କରିବା ନେଇ ଧର୍ମେନ୍ଦ୍ର ଦାବି କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, କେନ୍ଦ୍ରରେ କାମ ଦେଖାଇବା ବାଲା ସରକାର। ଆଗରୁ ଯେପରି ରାଜ୍ୟ ସରକାର ୧ ବା ୨ ଟଙ୍କା ଚାଉଳ ପାଇଁ ଦେଇକି ଯୋଜନାର ନାଁ ନେଇଯାଉଥିଲେ ଆଜି ସେ ପରିସ୍ଥିତି ନାହିଁ। ମୋଦି ସରକାର ପହଞ୍ଚାଉଥିବା କଥା ସମସ୍ତେ ଦେଖୁଛନ୍ତି।
ଅନ୍ୟପଟେ ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, କୋଭିଡ୍‌ ସମୟରେ ମଧ୍ୟ ହିତାଧିକାରୀଙ୍କୁ ମାଗଣା ଚାଉଳ ଦିଆଯାଇଥିଲା। ଏହାସହ ବିଭିନ୍ନ ସମୟରେ ମଧ୍ୟ ଦିଆଯାଉଛି। ତେଣୁ ଆବଶ୍ୟକତାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି କିପରି ମାଗଣା ଚାଉଳ ଦିଆଯିବ। ଏ ସମ୍ପର୍କରେ ଗାଇଡ୍‌ଲାଇନ ଏବଂ ଇନ୍‌ଷ୍ଟ୍ରକଶନ୍‌ ଚାଲିଛି। ନିର୍ବାଚନକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ କେବେହେଲେ କିଛି କାମ କରନ୍ତି ନାହିଁ ବୋଲି ଅତନୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri