ସରଗରମ ଏତଲା ରାଜନୀତି

ଆନନ୍ଦପୁର,୩୧ା୮(ସ୍ବ.ପ୍ର.): ବିଜେଡି ଓ ଭାଜପା ମଧ୍ୟରେ ପରସ୍ପର ବିରୋଧୀ ଏତଲାକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନ ମଣ୍ଡଳୀ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ବିଜେଡି ବିଧାୟକଙ୍କ ବିରୋଧରେ ଭାଜପା ଜିଲା ପରିଷଦ ସଦସ୍ୟା ଗାଳିଗୁଲଜ ଓ ଦୁର୍ବ୍ୟବହାର ଅଭିଯୋଗ କରିଛନ୍ତି। ସେହିପରି ଉକ୍ତ ଜିଲା ପରିଷଦ ସଦସ୍ୟାଙ୍କ ନଁାରେ ବିଧାୟକଙ୍କ ସମର୍ଥକ ତଥା ଧକୋଠା ପଞ୍ଚାୟତର ସମିତିସଭ୍ୟା ଯଶୋମତୀ ଖଟୁଆ ଜାତିଆଣ ଆକ୍ଷେପ ଅଭିଯୋଗ ଆଣିଛନ୍ତି।
ସୂଚନା ଅନୁଯାୟୀ, ମଙ୍ଗଳବାର ଆନନ୍ଦପୁର ପଞ୍ଚାୟତ ସମିତିର ବୈଠକ ବସିଥିଲା। ବିଡିଓ ପଞ୍ଚାନନ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ, ବ୍ଲକ ଅଧ୍ୟକ୍ଷା ଅଞ୍ଜନା ବାରିକ ପ୍ରମୁଖଙ୍କ ସହିତ ପଞ୍ଚାୟତସ୍ତରର ଲୋକପ୍ରତିନିଧି ଓ ଜିଲା ପରିଷଦ ସଦସ୍ୟା ଉପସ୍ଥିତ ଥିଲେ। ବୈଠକ ପ୍ରାରମ୍ଭରେ ୩ ନଂ. ଜୋନ ଭାଜପା ଜିଲା ପରିଷଦ ସସଦ୍ୟା ଅସୀମା ମିଶ୍ର ଓ ବିଧାୟକ ସେଠୀଙ୍କ ମଧ୍ୟରେ କଥା କଟାକଟି ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜିଲା ପରିଷଦ ସଦସ୍ୟା ମିଶ୍ର ସଭାସ୍ଥଳରୁ ପଳାଇଯାଇଥିଲେ। ବୈଠକ ଚାଲିଥିବା ବେଳେ ବିଧାୟକ ସେଠୀ ତାଙ୍କୁ ଗାଳିଗୁଲଜ କରିବା ସହ ସଭାସ୍ଥଳରୁ ବାହାରିଯିବାକୁ କହିଥିବା ନେଇ ଜିଲା ପରିଷଦ ସଦସ୍ୟା ମିଶ୍ର ଆନନ୍ଦପୁର ଥାନାରେ ଅଭିଯୋଗ କରିଛନ୍ତି। ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟ ତଥା ଆନନ୍ଦପୁର ଭାଜପା ବିଧାୟକ ପ୍ରାର୍ଥୀ ଆଲୋକ ସେଠୀ, ବରିଷ୍ଠ ଭାଜପା ନେତା ଡ.ଶମ୍ଭୁନାଥ ରାଉତ, ଆଇନଜୀବୀ ହେମନ୍ତ କୁମାର ମଲ୍ଲିକ, ଆନନ୍ଦପୁର ନଗରମଣ୍ଡଳ ଭାଜପା ସଭାପତି ପ୍ରଶାନ୍ତ ମହାପାତ୍ର ଥାନାରେ ଉପସ୍ଥିତ ରହି ବିଧାୟକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏ ସମ୍ପର୍କରେ ଜିଲା ପରିଷଦ ସଦସ୍ୟା ମିଶ୍ର ଏସ୍‌ପି ମିତ୍ରଭାନୁ ମହାପାତ୍ର ଏବଂ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେଙ୍କୁ ଭେଟି ଲିଖିତ ଦାବିପତ୍ର ଦେବାସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ଅନ୍ୟପକ୍ଷରେ ବିଧାୟକ ସେଠୀ ଗାଳିଗୁଲଜ ଅଭିଯୋଗକୁ ଅସ୍ବୀକାର କରିଛନ୍ତି। ସେ କୌଣସି ପ୍ରକାର ଦୁର୍ବ୍ୟବହାର କରି ନ ଥିବା କହିଛନ୍ତି। ଜିଲା ପରିଷଦ ସଭ୍ୟା ବୈଠକକୁ ପ୍ରହସନ ବୋଲି କହିବାରୁ ତାଙ୍କ ସହ ସାମାନ୍ୟ କଥା କଟାକଟି ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା ବୋଲି ବିଧାୟକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଉଭୟ ପକ୍ଷଙ୍କ ଅଭିଯୋଗ ମିଳିଛି, ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି ମନୋରଞ୍ଜନ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri