ସରଗରମ ଏତଲା ରାଜନୀତି

ଆନନ୍ଦପୁର,୩୧ା୮(ସ୍ବ.ପ୍ର.): ବିଜେଡି ଓ ଭାଜପା ମଧ୍ୟରେ ପରସ୍ପର ବିରୋଧୀ ଏତଲାକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନ ମଣ୍ଡଳୀ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ବିଜେଡି ବିଧାୟକଙ୍କ ବିରୋଧରେ ଭାଜପା ଜିଲା ପରିଷଦ ସଦସ୍ୟା ଗାଳିଗୁଲଜ ଓ ଦୁର୍ବ୍ୟବହାର ଅଭିଯୋଗ କରିଛନ୍ତି। ସେହିପରି ଉକ୍ତ ଜିଲା ପରିଷଦ ସଦସ୍ୟାଙ୍କ ନଁାରେ ବିଧାୟକଙ୍କ ସମର୍ଥକ ତଥା ଧକୋଠା ପଞ୍ଚାୟତର ସମିତିସଭ୍ୟା ଯଶୋମତୀ ଖଟୁଆ ଜାତିଆଣ ଆକ୍ଷେପ ଅଭିଯୋଗ ଆଣିଛନ୍ତି।
ସୂଚନା ଅନୁଯାୟୀ, ମଙ୍ଗଳବାର ଆନନ୍ଦପୁର ପଞ୍ଚାୟତ ସମିତିର ବୈଠକ ବସିଥିଲା। ବିଡିଓ ପଞ୍ଚାନନ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ, ବ୍ଲକ ଅଧ୍ୟକ୍ଷା ଅଞ୍ଜନା ବାରିକ ପ୍ରମୁଖଙ୍କ ସହିତ ପଞ୍ଚାୟତସ୍ତରର ଲୋକପ୍ରତିନିଧି ଓ ଜିଲା ପରିଷଦ ସଦସ୍ୟା ଉପସ୍ଥିତ ଥିଲେ। ବୈଠକ ପ୍ରାରମ୍ଭରେ ୩ ନଂ. ଜୋନ ଭାଜପା ଜିଲା ପରିଷଦ ସସଦ୍ୟା ଅସୀମା ମିଶ୍ର ଓ ବିଧାୟକ ସେଠୀଙ୍କ ମଧ୍ୟରେ କଥା କଟାକଟି ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜିଲା ପରିଷଦ ସଦସ୍ୟା ମିଶ୍ର ସଭାସ୍ଥଳରୁ ପଳାଇଯାଇଥିଲେ। ବୈଠକ ଚାଲିଥିବା ବେଳେ ବିଧାୟକ ସେଠୀ ତାଙ୍କୁ ଗାଳିଗୁଲଜ କରିବା ସହ ସଭାସ୍ଥଳରୁ ବାହାରିଯିବାକୁ କହିଥିବା ନେଇ ଜିଲା ପରିଷଦ ସଦସ୍ୟା ମିଶ୍ର ଆନନ୍ଦପୁର ଥାନାରେ ଅଭିଯୋଗ କରିଛନ୍ତି। ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟ ତଥା ଆନନ୍ଦପୁର ଭାଜପା ବିଧାୟକ ପ୍ରାର୍ଥୀ ଆଲୋକ ସେଠୀ, ବରିଷ୍ଠ ଭାଜପା ନେତା ଡ.ଶମ୍ଭୁନାଥ ରାଉତ, ଆଇନଜୀବୀ ହେମନ୍ତ କୁମାର ମଲ୍ଲିକ, ଆନନ୍ଦପୁର ନଗରମଣ୍ଡଳ ଭାଜପା ସଭାପତି ପ୍ରଶାନ୍ତ ମହାପାତ୍ର ଥାନାରେ ଉପସ୍ଥିତ ରହି ବିଧାୟକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏ ସମ୍ପର୍କରେ ଜିଲା ପରିଷଦ ସଦସ୍ୟା ମିଶ୍ର ଏସ୍‌ପି ମିତ୍ରଭାନୁ ମହାପାତ୍ର ଏବଂ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେଙ୍କୁ ଭେଟି ଲିଖିତ ଦାବିପତ୍ର ଦେବାସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ଅନ୍ୟପକ୍ଷରେ ବିଧାୟକ ସେଠୀ ଗାଳିଗୁଲଜ ଅଭିଯୋଗକୁ ଅସ୍ବୀକାର କରିଛନ୍ତି। ସେ କୌଣସି ପ୍ରକାର ଦୁର୍ବ୍ୟବହାର କରି ନ ଥିବା କହିଛନ୍ତି। ଜିଲା ପରିଷଦ ସଭ୍ୟା ବୈଠକକୁ ପ୍ରହସନ ବୋଲି କହିବାରୁ ତାଙ୍କ ସହ ସାମାନ୍ୟ କଥା କଟାକଟି ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା ବୋଲି ବିଧାୟକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଉଭୟ ପକ୍ଷଙ୍କ ଅଭିଯୋଗ ମିଳିଛି, ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି ମନୋରଞ୍ଜନ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri