ପଞ୍ଚାୟତ ନିର୍ବାଚନକୁ ନେଇ ରାଜନୀତି ସରଗରମ: ବିଜେଡି ସହ ମେଣ୍ଟକୁ ନେଇ ଭକ୍ତ କରିଦେଲେ ବଡ଼ ଘୋଷଣା

ଭୁବନେଶ୍ୱର,୨୯ା୪ (ରବିନାରାୟଣ ଜେନା):ପଞ୍ଚାୟତ ନିର୍ବାଚନକୁ ଆଉ ପ୍ରାୟ ୧୦ ମାସରୁ ଅଧିକ ଦିନ ରହିଛି। ହେଲେ ଏବେଠାରୁ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। ଏହି ପ୍ରସଙ୍ଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଗଣମାଧ୍ୟମକୁ ବିଜେଡି ସହ ମେଣ୍ଟ ହେବନାହିଁ ବୋଲି କହିବା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି।
ଭକ୍ତ କହିଛନ୍ତି, ଆସନ୍ତା ପଞ୍ଚାୟତ ନିର୍ବାଚନରେ ବିଜେଡି ସହ ମେଣ୍ଟ ହେବନାହିଁ। କଂଗ୍ରେସ ଏକା ହିଁ ଲଢ଼ିବ। ଦଳରେ ଅସନ୍ତୋଷ ବଢୁଥିବାରୁ ଭକ୍ତ କହିଛନ୍ତି ଜିଲା ପରିଷଦ, ପଞ୍ଚାୟତ, ମ୍ୟୁନିସିପାଲିଟି ନିର୍ବାଚନରେ ନିଜ ଦମ୍‌ରେ କଂଗ୍ରେସ ଏକାକୀ ଲଢ଼ିବ। ବିଜେଡି ସହ ଏକ୍‌ ହୋଇ ଲଢ଼ିବନାହିଁ। ତେବେ ବିଧାନସଭା ନିର୍ବାଚନ ବେଳେ ଆବଶ୍ୟକ ପଡ଼ିଲେ ହାଇକମାଣ୍ଡ କହିଲେ ବିଜେଡି ସହ ବୁଝାମଣା ହୋଇପାରେ ବୋଲି ସେ କହିଛନ୍ତି।
ଏହି ପ୍ରସଙ୍ଗକୁ ନେଇ ବିଜେଡିର ବରିଷ୍ଠ ନେତା ତଥା ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ଏଭଳି ଚର୍ଚ୍ଚା ରାଜନୀତି ଓ ଗଣମାଧ୍ୟମ ପାଇଁ ଠିକ୍‌। କିନ୍ତୁ ଏସବୁ ଚର୍ଚ୍ଚା ଭିତ୍ତିହୀନ ବୋଲି କହିଛନ୍ତି। ଆଚାର୍ଯ୍ୟ ପାଲଟା ପ୍ରଶ୍ନ କରି କହିଛନ୍ତି, ବିଜେଡି କେବେ କାହାସହ ମେଣ୍ଟ କରିବା ପାଇଁ ପ୍ରସ୍ତାବ ଦେଇଥିଲା କି? ଏହା କେବଳ ‘ଶିରନାସ୍ତି ଶିରପୀଡ଼ା।’ ମୁଣ୍ଡ ନାହିଁ ମୁଣ୍ଡବ୍ୟଥା କେମିତି ହେବ? ଆସନ୍ତା ପଞ୍ଚାୟତ ନିର୍ବାଚନରେ ବିଜେଡିର ମେଣ୍ଟ ପ୍ରସଙ୍ଗରେ କାହାରି ସହ କୌଣସି ଆଲୋଚନା ହୋଇ ନ ଥିବା ଆଚାର୍ଯ୍ୟ ସ୍ପଷ୍ଟ କରିଛନ୍ତି।
ହଠାତ୍‌ ଭକ୍ତଙ୍କ ୟୁ-ଟର୍ନ ପରେ ବିଜେଡିକୁ କଟାକ୍ଷ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ବିଜେଡି ସ୍ଥିତି ଏବେ ଏମିତି ହେଲାଣି ଯେ ଯେଉଁ କଂଗ୍ରେସ ଦିନେ ମେଣ୍ଟ ପାଇଁ ପ୍ରସ୍ତାବ ଦେଇଥିଲା ଏବେ ସେହି ଦଳ ବି ତାକୁ ଗ୍ରହଣ କରୁନାହିଁ। ବିଜେଡି ବୁଡ଼ିଯାଉଥିବା ଡଙ୍ଗା ପରି ତଳକୁ ତଳ ଯାଉଛି। ସେ ଅତୀତର ଉଦାହରଣ ଦେଇ ବିଜେଡିର କଂଗ୍ରେସ ସହ ‘ଚୋରା ପୀରତି’ ରହିଥିବା ସମ୍ପର୍କରେ ଅଭିଯୋଗ କରିଛନ୍ତି। ମନ୍ତ୍ରୀ ପୁଣି କହିଛନ୍ତି, ସେ ସଭାପତି ଥିବାବେଳେ ବିଜେଡିଠୁ ମେଣ୍ଟ ସମ୍ପର୍କ ଭାଙ୍ଗିଥିଲା। ସେହି ସମୟରେ ବିଧାନସଭାରେ ସଂଖ୍ୟାଗରିଷ୍ଠତା ପ୍ରମାଣ ପାଇଁ ବିଜେଡିକୁ ପରୋକ୍ଷରେ ସମର୍ଥନ ଦେଇଥିଲା କଂଗ୍ରେସ। ଭାଜପା ସହ ମେଣ୍ଟରେ ଥିବା ବିଜେଡି ମଧ୍ୟ କଂଗ୍ରେସ ସହିତ ‘ଚୋରା ପୀରତି’ କରୁଥିଲା ବୋଲି ପୂଜାରୀ କଟାକ୍ଷ କରି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?