ନୂଆପଡା ରାଜନୀତିରେ ହଲଚଲ, ଢୋଲକିଆଙ୍କ ଘରେ ବିଜେଡି ନେତା

ନୂଆପଡ଼ା,୧୬।୮(ମକାରୁ ବେମାଲ): ନୂଆପଡା ରାଜନୀତିରେ ହଲଚଲ। ସକାଳୁ ସକାଳୁ ରାଜନୀତିରେ ନୂଆ ମୋଡ ଦେଖିବାକୁ ମିଳିଛି। ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ଘରେ ଲମ୍ବୋଦର ନିଆଲ। ଜୟ ଢୋଲକିଆ ଓ ଲମ୍ବୋଦର ନିଆଲଙ୍କ ମଧ୍ୟରେ ରୁଦ୍ଧଦ୍ୱାର ବୈଠକ ହୋଇଛି। କଳାହାଣ୍ଡି ଲୋକ ସଭା ଆସନର ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ।

ନୂଆପଡ଼ା ଉପନିର୍ବାଚନ ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ନିଜର ନାମାଙ୍କନ ଭରିବେ । ଉପ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ସାଂସଦ ଓ ବିଧାୟକମାନେ ନାମାଙ୍କନ ବେଳେ ଉପସ୍ଥିତ ରହିବେ । ୪୦ ହଜାରରୁ ଊର୍ଦ୍ଧ୍ବ କାର୍ଯ୍ୟକର୍ତ୍ତା ଓ ସମର୍ଥକଙ୍କ ସହ ବିରାଟ ରାଲିରେ ଯାଇ ନାମାଙ୍କନ ଭରିବେ ଜୟ ଢୋଲକିଆ ।  ନୂଆପଡ଼ାରେ ଭାଜପା ପକ୍ଷରୁ ବିଶାଳ ମିଶ୍ରଣ ପର୍ବ ହେବ । ଏଥିରେ ନୂଆପଡ଼ାର ଶହେରୁ ଅଧିକ ବର୍ତ୍ତମାନର ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବର, ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ବିଭିନ୍ନ ଦଳ ଛାଡ଼ି ଭାଜପାରେ ସାମିଲ ହେବେ । ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ନୂଆପଡ଼ାରେ ପହଞ୍ଚି ସମସ୍ତ କାର୍ଯ୍ୟର ସୁପରିଚାଳନାର ବନ୍ଦୋବସ୍ତ କରୁଛନ୍ତି ।

Dharitri – Odisha’s No.1 Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri