ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ରାଜନୀତି ହଲଚଲ: ଆଜି ପଦ୍ମ ଧରିବେ ଢୋଲକିଆ!

ଭୁବନେଶ୍ୱର,୧୧।୧୦: ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ୨ ଲକ୍ଷ ୫୩ ହଜାର ୬୨୪ ଭୋଟର ବିଶିଷ୍ଟ ନୂଆପଡ଼ା ଆସନରେ ଆସନ୍ତା ନଭେମ୍ବର ୧୧ରେ ଉପନିର୍ବାଚନ ହେବାକୁ ଥିବାବେଳେ ବିଜେଡି ଏବଂ ଭାଜପା ପ୍ରାର୍ଥୀ ଘୋଷଣାରେ କଂଗ୍ରେସଠାରୁ ପଛରେ ପଡ଼ିଯାଇଛନ୍ତି। ଏହି ସମୟରେ ଖବର ଆସିଛି କି ଆଜି ଭାଜପାରେ ମିଶିପାରନ୍ତି ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଜୟ ଢୋଲକିଆ ପଦ୍ମ ଧରିପାରନ୍ତି। ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବଡ଼ ରାଜନୈତିକ ଚର୍ଚ୍ଚା ଚାଲିଛି।

୨୦୨୪ ସାଧାରଣ ନିର୍ବାଚନରେ ଏହି ଆସନ ବିଜେଡି ହାତରେ ରହିଥିଲା। ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ୬୧,୮୨୨ ଭୋଟ ପାଇ ବିଜୟୀ ହୋଇଥିଲେ। ସ୍ବାଧୀନ ପ୍ରାର୍ଥୀ ଭାବେ ଘାସିରାମ ମାଝୀ ୫୦,୯୪୧ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଥିଲେ। କଂଗ୍ରେସ ଏହି ଉପର୍ନିବାଚନ ଲାଗି ଘାସିରାମଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି। ଭାଜପା ପକ୍ଷରୁ ପୂର୍ବତନ ଏମ୍ପି ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ୪୪,୮୧୪ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଥିଲେ। ଗତ ମାସ ୮ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଏହି ଆସନରେ ଉପର୍ନିବାଚନ ହେବାକୁ ଯାଉଛି। ସ୍ବର୍ଗତ ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଉପର୍ନିବାଚନରେ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଛି। ହେଲେ ସେ କେଉଁ ଦଳରୁ ପ୍ରାର୍ଥୀ ହେବେ ତାହା ବର୍ତ୍ତମାନ ସବୁଠାରୁ ବଡ଼ ଆଲୋଚନାର ବିଷୟ ପାଲଟିଛି। କେତେକ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ଜୟଙ୍କୁ ଶାସକ ଭାଜପା ପ୍ରାର୍ଥୀ କରିବାକୁ ଚିନ୍ତା କରୁଥିବାବେଳେ ବିଜେଡି ଏହାକୁ ନେଇ ଚିନ୍ତାରେ ରହିଛି। କାରଣ ଢୋଲକିଆଙ୍କ ପରିବାରରୁ ପ୍ରାର୍ଥୀ ଦେଇ ଅନୁକମ୍ପାମୂଳକ ଭୋଟ ହାତେଇବାକୁ ବିଜେଡି ଆଶା ରଖିଛି। ହେଲେ ବିଗତ ଦିନର କେତେକ ଘଟଣା ପାଇଁ ଢୋଲକିଆଙ୍କ ପରିବାର କୁଆଡ଼େ ବିଜେଡି ଉପରେ ସେତେଟା ଭରସା କରୁ ନ ଥିବା କୁହାଯାଉଛି। ବିଜେଡି ପକ୍ଷରୁ ଆରମ୍ଭ କରାଯାଇଥିବା ପଦଯାତ୍ରା ନୂଆପଡ଼ାରେ କିପରି କରାଯାଉଛି ତାକୁ ଦେଖିବା ପରେ ସବୁକିଛି ସ୍ପଷ୍ଟ ହୋଇଯିବ ବୋଲି ଦଳରେ ଚର୍ଚ୍ଚା ଚାଲିଛି। କାରଣ ପଦଯାତ୍ରା ଲାଗି ଜୟ ଢୋଲକିଆଙ୍କ ପାଖକୁ ବିଜେଡି ଦଳୀୟ ପତାକା, ବ୍ୟାନର ଆଦି ସବୁ ପଠାଇ ସାରିଥିବା ବେଳେ ସେ ଏଯାଏ କାର୍ଯ୍ୟକ୍ରମ କରିନାହାନ୍ତି। ଯଦି ପଦଯାତ୍ରା ଠିକ ଭାବେ ଜୟ ଢୋଲକିଆ ନ କରନ୍ତି, ତେବେ ସବୁ ସ୍ପଷ୍ଟ ହୋଇଯିବ ବୋଲି ବିଜେଡିର କେତେଜଣ ବରିଷ୍ଠ ନେତା କହୁଛନ୍ତି। ଅନ୍ୟପଟେ ରାଜ୍ୟରେ ଭାଜପା ସରକାରକୁ ଆସିବା ପରେ ଏହା ପ୍ରଥମ ଉପନିର୍ବାଚନ ହେବାକୁ ଯାଉଛି। ତେଣୁ ଶାସକ ଭାଜପା ଏହି ଉପର୍ନିବାଚନରେ କଳେବଳେ ଜିତିବାକୁ ଚେଷ୍ଟା କରିବ। ଏଭଳି ସ୍ଥିତିରେ ଜୟଙ୍କ ନୂଆଦିଲ୍ଲୀ ଗସ୍ତ ସବୁ ଦଳ ଭିତରେ ଚର୍ଚ୍ଚାର ବିଷୟ ପାଲଟିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳିକେଶଙ୍କ ହାତରେ ଦିଆଯାଉ ବିଜେଡି ନେତୃତ୍ୱ: ଜୋର୍‌ ଧରିଲା ଦାବି

ଭୁବନେଶ୍ୱର,୨୯।୧: ବିଜୁ ଜନତା ଦଳ(ବିଜେଡି) ୨୦୦୦ ମସିହାରୁ ଲଗାତାର ୨୦୨୪ ମସିହା ପର୍ଯ୍ୟନ୍ତ ସରକାରରେ ରହି ଆସିଥିଲା। ହେଲେ ୨୪ ବର୍ଷର ସରକାର ଗତ ସାଧାରଣ ନିର୍ବାଚନରେ…

ଟିଭି ଦେଖୁଥିଲେ ମା’, ଆସିଲା ପୁଅ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର: ଆଉ ତା’ପରେ ପରିବାର ଲୋକେ ନେଲେ ଏମିତି ପଦକ୍ଷେପ

ପୁଣେ,୨୯।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପୂର୍ବରୁ, ତାଙ୍କ ମାଆ ଆଶାତାଇ ଏକ ମରାଠୀ ନ୍ୟୁଜ ଚ୍ୟାନେଲରେ ଖବର ଦେଖୁଥିଲେ। ଯେତେବେଳେ ଅଜିତ…

ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର…

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି।…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri