ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ରାଜନୀତି ହଲଚଲ: ଆଜି ପଦ୍ମ ଧରିବେ ଢୋଲକିଆ!

ଭୁବନେଶ୍ୱର,୧୧।୧୦: ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ୨ ଲକ୍ଷ ୫୩ ହଜାର ୬୨୪ ଭୋଟର ବିଶିଷ୍ଟ ନୂଆପଡ଼ା ଆସନରେ ଆସନ୍ତା ନଭେମ୍ବର ୧୧ରେ ଉପନିର୍ବାଚନ ହେବାକୁ ଥିବାବେଳେ ବିଜେଡି ଏବଂ ଭାଜପା ପ୍ରାର୍ଥୀ ଘୋଷଣାରେ କଂଗ୍ରେସଠାରୁ ପଛରେ ପଡ଼ିଯାଇଛନ୍ତି। ଏହି ସମୟରେ ଖବର ଆସିଛି କି ଆଜି ଭାଜପାରେ ମିଶିପାରନ୍ତି ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଜୟ ଢୋଲକିଆ ପଦ୍ମ ଧରିପାରନ୍ତି। ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବଡ଼ ରାଜନୈତିକ ଚର୍ଚ୍ଚା ଚାଲିଛି।

୨୦୨୪ ସାଧାରଣ ନିର୍ବାଚନରେ ଏହି ଆସନ ବିଜେଡି ହାତରେ ରହିଥିଲା। ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ୬୧,୮୨୨ ଭୋଟ ପାଇ ବିଜୟୀ ହୋଇଥିଲେ। ସ୍ବାଧୀନ ପ୍ରାର୍ଥୀ ଭାବେ ଘାସିରାମ ମାଝୀ ୫୦,୯୪୧ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଥିଲେ। କଂଗ୍ରେସ ଏହି ଉପର୍ନିବାଚନ ଲାଗି ଘାସିରାମଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି। ଭାଜପା ପକ୍ଷରୁ ପୂର୍ବତନ ଏମ୍ପି ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ୪୪,୮୧୪ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଥିଲେ। ଗତ ମାସ ୮ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଏହି ଆସନରେ ଉପର୍ନିବାଚନ ହେବାକୁ ଯାଉଛି। ସ୍ବର୍ଗତ ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଉପର୍ନିବାଚନରେ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଛି। ହେଲେ ସେ କେଉଁ ଦଳରୁ ପ୍ରାର୍ଥୀ ହେବେ ତାହା ବର୍ତ୍ତମାନ ସବୁଠାରୁ ବଡ଼ ଆଲୋଚନାର ବିଷୟ ପାଲଟିଛି। କେତେକ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ଜୟଙ୍କୁ ଶାସକ ଭାଜପା ପ୍ରାର୍ଥୀ କରିବାକୁ ଚିନ୍ତା କରୁଥିବାବେଳେ ବିଜେଡି ଏହାକୁ ନେଇ ଚିନ୍ତାରେ ରହିଛି। କାରଣ ଢୋଲକିଆଙ୍କ ପରିବାରରୁ ପ୍ରାର୍ଥୀ ଦେଇ ଅନୁକମ୍ପାମୂଳକ ଭୋଟ ହାତେଇବାକୁ ବିଜେଡି ଆଶା ରଖିଛି। ହେଲେ ବିଗତ ଦିନର କେତେକ ଘଟଣା ପାଇଁ ଢୋଲକିଆଙ୍କ ପରିବାର କୁଆଡ଼େ ବିଜେଡି ଉପରେ ସେତେଟା ଭରସା କରୁ ନ ଥିବା କୁହାଯାଉଛି। ବିଜେଡି ପକ୍ଷରୁ ଆରମ୍ଭ କରାଯାଇଥିବା ପଦଯାତ୍ରା ନୂଆପଡ଼ାରେ କିପରି କରାଯାଉଛି ତାକୁ ଦେଖିବା ପରେ ସବୁକିଛି ସ୍ପଷ୍ଟ ହୋଇଯିବ ବୋଲି ଦଳରେ ଚର୍ଚ୍ଚା ଚାଲିଛି। କାରଣ ପଦଯାତ୍ରା ଲାଗି ଜୟ ଢୋଲକିଆଙ୍କ ପାଖକୁ ବିଜେଡି ଦଳୀୟ ପତାକା, ବ୍ୟାନର ଆଦି ସବୁ ପଠାଇ ସାରିଥିବା ବେଳେ ସେ ଏଯାଏ କାର୍ଯ୍ୟକ୍ରମ କରିନାହାନ୍ତି। ଯଦି ପଦଯାତ୍ରା ଠିକ ଭାବେ ଜୟ ଢୋଲକିଆ ନ କରନ୍ତି, ତେବେ ସବୁ ସ୍ପଷ୍ଟ ହୋଇଯିବ ବୋଲି ବିଜେଡିର କେତେଜଣ ବରିଷ୍ଠ ନେତା କହୁଛନ୍ତି। ଅନ୍ୟପଟେ ରାଜ୍ୟରେ ଭାଜପା ସରକାରକୁ ଆସିବା ପରେ ଏହା ପ୍ରଥମ ଉପନିର୍ବାଚନ ହେବାକୁ ଯାଉଛି। ତେଣୁ ଶାସକ ଭାଜପା ଏହି ଉପର୍ନିବାଚନରେ କଳେବଳେ ଜିତିବାକୁ ଚେଷ୍ଟା କରିବ। ଏଭଳି ସ୍ଥିତିରେ ଜୟଙ୍କ ନୂଆଦିଲ୍ଲୀ ଗସ୍ତ ସବୁ ଦଳ ଭିତରେ ଚର୍ଚ୍ଚାର ବିଷୟ ପାଲଟିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?