ରାଜନୀତିକୁ ବ୍ୟବସାୟୀକରଣ କରାଯାଉଛି: ନିରଞ୍ଜନ

ଭଣ୍ଡାରିପୋଖରୀ, ୨୯।୧୨ (ରବିନାରାୟଣ ଖିଲାର): ରାଜନୀତିକୁ ବ୍ୟବସାୟୀକରଣ କରାଯାଉଛି। ସରକାରୀ ଅର୍ଥକୁ ବିପୁଳ ଭାବେ ଅପବ୍ୟୟ କରାଯାଉଛି। ଆଜିର ଦିନରେ ରାଜ୍ୟରେ ସାମାଜିକ, ଗଣତାନ୍ତ୍ରିକ, ଅର୍ଥନୈତିକ, ନ୍ୟାୟର ସୁରକ୍ଷା ପାଇଁ କଂଗ୍ରେସ ସବୁବେଳେ ଲଢ଼େଇ ଜାରି ରଖିଛି। ଭଣ୍ଡାରିପୋଖରୀର ଦୁଃଖ କଣ୍ଟିଘାଇ ହୋଇଥିବା ବେଳେ ବୈତରଣୀର ନଦୀବନ୍ଧକୁ ଭଦ୍ରକ ଜିଲା ପାର୍ଶ୍ୱରେ ସୁଦୃଢ଼ କରା ନ ଯାଇ ଅପରପାର୍ଶ୍ୱକୁ ଉଚ୍ଚ କରିବା ସହ କଂକ୍ରିଟ ଢଳେଇ ଦିଆଯାଇ ସୁଦୃଢ କରାଯାଉଛି। ଫଳରେ ବୈତରଣୀରେ ବନ୍ୟା ଆସିଲେ ଭଣ୍ଡାରିପୋଖରୀ, ଧାମନଗର, ଚାନ୍ଦବାଲି ଓ ତିହିଡ଼ି ଅଞ୍ଚଳର ଜନସାଧାରଣ କ୍ଷତି ସହୁଛନ୍ତି। ନଦୀର ଉଭୟ ପାର୍ଶ୍ୱ ନଦୀବନ୍ଧକୁ ସମାନ ଭାବେ ସୁଦୃଢ଼ କରିବା ଆବଶ୍ୟକ ବୋଲି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଶୁକ୍ରବାର ଭଣ୍ଡାରିପୋଖରୀ ନିକଟସ୍ଥ ରାଜୀବ ଭବନଠାରେ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। କଂଗ୍ରେସ ନେତା ସୁବ୍ରତ ଦାସ, ମହିଳା ଜିଲା କଂଗ୍ରେସ ସଭାନେତ୍ରୀ ସବିତା ଚାନ୍ଦ, ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ ପୀତାମ୍ବର ନାୟକ, ବ୍ଲକ ସଭାପତି ରଜନୀକାନ୍ତ ଚାନ୍ଦ, ଗୋଲକ ଚନ୍ଦ୍ର ବେହେରା, ଅଜୟ ସାହୁ, ରମେଶ ଭାରତୀ, ସୁବୋଧ ସାମଲ, ପବିତ୍ର ପାଣିଗ୍ରାହୀ, ବାପୁନ ମହାପାତ୍ର, ଶ୍ୟାମସୁନ୍ଦର ମହାପାତ୍ର, ବସନ୍ତ ରାଉତ ପ୍ରମୁଖ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri