ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ନେଇ ବଢୁଛି ରାଜନୀତି

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ମେ’୨୮ରେ ନୂଆଦିଲ୍ଲୀଠାରେ ନୂଆ ସଂସଦ ଭବନର ଉଦ୍‌ଘାଟନ ସମାରୋହ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଜୋର ଧରିଛି। ଏହି ଉଦ୍‌ଘାଟନ ଉତ୍ସବରେ ୧୯ ବିରୋଧୀ ଦଳ ଯୋଗ ନ ଦେବାକୁ ମିଳିତ ବିବୃତି ଜାରି କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆ ସଂସଦ ଭବନକୁ ଉଦ୍‌ଘାଟନ କରନ୍ତୁ ବୋଲି ସେହି ଦଳଗୁଡ଼ିକ ଦାବି କରିଛନ୍ତି। ତେବେ ବିଜେଡି ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବାକୁ ନିଷ୍ପତ୍ତି ନେଇଛି। ଏହାକୁ ରାଜ୍ୟ କଂଗ୍ରେସ ବିରୋଧ କରିଛି।
ଉଦ୍‌ଘାଟନୀ ଉତ୍ସବରେ ସାମିଲ ହେବାକୁ ନେଇ ବିବାଦ କି ରାଜନୀତି ହେବା କଥା ନୁହେଁ ବୋଲି ବିଜେଡି କହିଛି। ମୁଖ୍ୟମନ୍ତ୍ରୀ ସବୁବେଳେ ବିକାଶର ରାଜନୀତିକୁ ବିଶ୍ୱାସ କରନ୍ତି। ବିଜେଡି ଓଡ଼ିଶାର ସ୍ବାର୍ଥ ପାଇଁ ସବୁବେଳେ ସମର୍ଥନ ଦେଇଆସିଛି। ପ୍ରସଙ୍ଗ ନେଇ ଭାଜପାକୁ ଲୋକ ସଭା ଓ ରାଜ୍ୟ ସଭାରେ ଦଳ ସମର୍ଥନ କରିଥିବା ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ କହିଛନ୍ତି।
ଅନ୍ୟପକ୍ଷରେ ସମାରୋହରେ ବିଜେଡି ସାମିଲ ହେବା ସମ୍ପର୍କରେ ବିଧାୟକ ଅମର ଶତପଥୀ କହିଛନ୍ତି, ଏହା ଏକ ସାମ୍ବିଧାନିକ ଉତ୍ସବ। ଏଥିରେ ରାଜନୀତି ହେବା ଉଚିତ ନୁହେଁ। ବିଜେଡି ସମ୍ବିଧାନ ଓ ଲୋକତନ୍ତ୍ରକୁ ସମ୍ମାନ ଦେଉଛି। ସବୁବେଳେ କେନ୍ଦ୍ର ସରକାରଙ୍କୁ ଦଳ ପ୍ରସଙ୍ଗଭିତ୍ତିକ ସମର୍ଥନ ଦେଇଛି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ସବୁବେଳେ ସ୍ପଷ୍ଟ ଥାଏ। ସଂସଦ ଭବନ ଉତ୍ସବରେ ଦଳର ସମସ୍ତ ଏମ୍‌ପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସାମ୍ବିଧାନିକ ବ୍ୟବସ୍ଥାକୁ ବିଜେଡି ସବୁବେଳେ ସମ୍ମାନ ଦିଏ ବୋଲି ଅମର କହିଛନ୍ତି।
ଉଦ୍‌ଘାଟନୀ ଉତ୍ସବରେ ବିଜେଡିର ଯୋଗଦାନ ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ କରିଛନ୍ତି। କୌଣସି ଦଳ ନୁହେଁ, ଭାରତର ସ୍ବାଧୀନତା ପାଇଁ ସମସ୍ତେ ଲଢ଼ିଛନ୍ତି। ଯେଉଁମାନେ ଗଣତନ୍ତ୍ରରେ ବିଶ୍ୱାସ କରନ୍ତି ସେମାନେ ଏହି ଉତ୍ସବରେ ଯୋଗଦେବେ। ବିଜେଡିର ଏହା ଏକ ଭଲ ନିଷ୍ପତ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।
ଅନ୍ୟପକ୍ଷରେ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିଜେଡିର ଯୋଗଦାନକୁ କଂଗ୍ରେସ କଡ଼ା ସମାଲୋଚନା କରିଛି। କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ନରସିଂହ ମିଶ୍ର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅସମ୍ମାନ କରିଛନ୍ତି। ରାଷ୍ଟ୍ରପତିଙ୍କୁ ଉଦ୍‌ଘାଟନୀ ଉତ୍ସବକୁ ନିମନ୍ତ୍ରଣ କରା ନ ଯିବା ନିଷ୍ପତ୍ତିକୁ ମୁଁ ଓ ମୋ ଦଳ ନିନ୍ଦା କରୁଛି। ରାଷ୍ଟ୍ରପତି ନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀଙ୍କୁ ଭଉଣୀ ବୋଲି ସମ୍ବୋଧନ କରିଥିଲେ। ଏବେ ସେହି ସ୍ନେହ ଭଉଣୀ ଏବଂ ଓଡ଼ିଶା ପ୍ରତି କୁଆଡ଼େ ଗଲା ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri