ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ନେଇ ବଢୁଛି ରାଜନୀତି

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ମେ’୨୮ରେ ନୂଆଦିଲ୍ଲୀଠାରେ ନୂଆ ସଂସଦ ଭବନର ଉଦ୍‌ଘାଟନ ସମାରୋହ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଜୋର ଧରିଛି। ଏହି ଉଦ୍‌ଘାଟନ ଉତ୍ସବରେ ୧୯ ବିରୋଧୀ ଦଳ ଯୋଗ ନ ଦେବାକୁ ମିଳିତ ବିବୃତି ଜାରି କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆ ସଂସଦ ଭବନକୁ ଉଦ୍‌ଘାଟନ କରନ୍ତୁ ବୋଲି ସେହି ଦଳଗୁଡ଼ିକ ଦାବି କରିଛନ୍ତି। ତେବେ ବିଜେଡି ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବାକୁ ନିଷ୍ପତ୍ତି ନେଇଛି। ଏହାକୁ ରାଜ୍ୟ କଂଗ୍ରେସ ବିରୋଧ କରିଛି।
ଉଦ୍‌ଘାଟନୀ ଉତ୍ସବରେ ସାମିଲ ହେବାକୁ ନେଇ ବିବାଦ କି ରାଜନୀତି ହେବା କଥା ନୁହେଁ ବୋଲି ବିଜେଡି କହିଛି। ମୁଖ୍ୟମନ୍ତ୍ରୀ ସବୁବେଳେ ବିକାଶର ରାଜନୀତିକୁ ବିଶ୍ୱାସ କରନ୍ତି। ବିଜେଡି ଓଡ଼ିଶାର ସ୍ବାର୍ଥ ପାଇଁ ସବୁବେଳେ ସମର୍ଥନ ଦେଇଆସିଛି। ପ୍ରସଙ୍ଗ ନେଇ ଭାଜପାକୁ ଲୋକ ସଭା ଓ ରାଜ୍ୟ ସଭାରେ ଦଳ ସମର୍ଥନ କରିଥିବା ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ କହିଛନ୍ତି।
ଅନ୍ୟପକ୍ଷରେ ସମାରୋହରେ ବିଜେଡି ସାମିଲ ହେବା ସମ୍ପର୍କରେ ବିଧାୟକ ଅମର ଶତପଥୀ କହିଛନ୍ତି, ଏହା ଏକ ସାମ୍ବିଧାନିକ ଉତ୍ସବ। ଏଥିରେ ରାଜନୀତି ହେବା ଉଚିତ ନୁହେଁ। ବିଜେଡି ସମ୍ବିଧାନ ଓ ଲୋକତନ୍ତ୍ରକୁ ସମ୍ମାନ ଦେଉଛି। ସବୁବେଳେ କେନ୍ଦ୍ର ସରକାରଙ୍କୁ ଦଳ ପ୍ରସଙ୍ଗଭିତ୍ତିକ ସମର୍ଥନ ଦେଇଛି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ସବୁବେଳେ ସ୍ପଷ୍ଟ ଥାଏ। ସଂସଦ ଭବନ ଉତ୍ସବରେ ଦଳର ସମସ୍ତ ଏମ୍‌ପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସାମ୍ବିଧାନିକ ବ୍ୟବସ୍ଥାକୁ ବିଜେଡି ସବୁବେଳେ ସମ୍ମାନ ଦିଏ ବୋଲି ଅମର କହିଛନ୍ତି।
ଉଦ୍‌ଘାଟନୀ ଉତ୍ସବରେ ବିଜେଡିର ଯୋଗଦାନ ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ କରିଛନ୍ତି। କୌଣସି ଦଳ ନୁହେଁ, ଭାରତର ସ୍ବାଧୀନତା ପାଇଁ ସମସ୍ତେ ଲଢ଼ିଛନ୍ତି। ଯେଉଁମାନେ ଗଣତନ୍ତ୍ରରେ ବିଶ୍ୱାସ କରନ୍ତି ସେମାନେ ଏହି ଉତ୍ସବରେ ଯୋଗଦେବେ। ବିଜେଡିର ଏହା ଏକ ଭଲ ନିଷ୍ପତ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।
ଅନ୍ୟପକ୍ଷରେ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିଜେଡିର ଯୋଗଦାନକୁ କଂଗ୍ରେସ କଡ଼ା ସମାଲୋଚନା କରିଛି। କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ନରସିଂହ ମିଶ୍ର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅସମ୍ମାନ କରିଛନ୍ତି। ରାଷ୍ଟ୍ରପତିଙ୍କୁ ଉଦ୍‌ଘାଟନୀ ଉତ୍ସବକୁ ନିମନ୍ତ୍ରଣ କରା ନ ଯିବା ନିଷ୍ପତ୍ତିକୁ ମୁଁ ଓ ମୋ ଦଳ ନିନ୍ଦା କରୁଛି। ରାଷ୍ଟ୍ରପତି ନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀଙ୍କୁ ଭଉଣୀ ବୋଲି ସମ୍ବୋଧନ କରିଥିଲେ। ଏବେ ସେହି ସ୍ନେହ ଭଉଣୀ ଏବଂ ଓଡ଼ିଶା ପ୍ରତି କୁଆଡ଼େ ଗଲା ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri