ତହସିଲଦାରଙ୍କ ବଦଳି ଦାବିରେ ରାଜନୀତି ସରଗରମ

ଗଞ୍ଜାମ,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ତହସିଲଦାରଙ୍କ ଅଶାଳୀନ ବ୍ୟବହାର ଓ କାର୍ଯ୍ୟଶୈଳୀକୁ ନେଇ ଗଞ୍ଜାମ ସହରରେ ରାଜନୀତି ଜୋର ଧରିଛି। ତହସିଲଦାର ହଟାଓ ଏବେ ଭିନ୍ନ ମୋଡ଼ରେ ଥିବା ପରିଲିକ୍ଷିତ ହେଉଛି। ସହରର ଗୋଟିଏ ପକ୍ଷ ତହସିଲଦାରଙ୍କ କାର୍ଯ୍ୟକଳାପ ଭଲ ନୁହେଁ କହି ବଜ଼ାର ବନ୍ଦ କରି ବ୍ଲକ ସମ୍ମୁଖରେ ଧରଣା ଦେଇଥିବା ବେଳେ ଆଉ ଗୋଟେ ଗୋଷ୍ଠୀ ତହସିଲଦାର ଆସିବା ଦିନଠାରୁ ଗଞ୍ଜାମରେ ଉନ୍ନତି ମୂଳକ କାର୍ଯ୍ୟକ୍ରମ ହୋଇଛି ବୋଲି ଯୁକ୍ତି ବାଢ଼ିଛନ୍ତି। ଗ୍ରାମକଣ୍ଟକ ଘରପଟ୍ଟା ବଣ୍ଟନ, ପୋତାଗଡ଼ ଉନ୍ନତି କାର୍ଯ୍ୟ, ରାଜସ୍ବ ଆଦାୟ ନେଇ ତାଙ୍କ ସପକ୍ଷରେ ଅନ୍ୟ ଏକ ଗୋଷ୍ଠୀ ବାଇକ ଧରି ନିରବ ଭାବେ ରାଲି କରୁଥିବାର ଦେଖିବାକୁ ମିଳିଛି। ଅନ୍ୟପଟେ ଗଞ୍ଜାମ ବନ୍ଦ ଡାକରାକୁ ସମର୍ଥନ କରି ନ ଥିବା ସାନ ବଜାର ବଣିକ ସଂଘ ପକ୍ଷରୁ ପ୍ରାୟ ଅଧିକାଂଶ ଦୋକାନ ଖୋଲାଯାଇଛି। ସାନବଜ଼ାର ବଣିକ ସଙ୍ଘ ବ୍ୟକ୍ତିଗତ ସ୍ବାର୍ଥ ପାଇଁ ବଜ଼ାର ବନ୍ଦ ହେବନି କହି ଏହି ବନ୍ଦ ପାଳନକୁ ସମର୍ଥନ କରିନାହିଁ। ଗୋଟିଏ ଗୋଷ୍ଠୀ ତହସିଲଦାର ବଦଳାଓ ଗଞ୍ଜାମ ବଞ୍ଚାଓ ଅଭିଯାନ କରୁଥିବା ବେଳେ ଅନ୍ୟ ଏକ ଗୋଷ୍ଠୀ ସହରରୁ ଦଲାଲ ହଟାଓ, ଗଞ୍ଜାମ ବଞ୍ଚାଓ ଅଭିଯାନ ଆରମ୍ଭ କରିଛି। ସୂଚନା ମୁତାବକ, ସହରର କିଛି ବ୍ୟକ୍ତିଙ୍କୁ ତହସିଲଦାର ବ୍ୟକ୍ତିଗତ ସହଯୋଗ କରୁ ନ ଥିବାରୁ ଶସ୍ତା ରାଜନୀତି କରୁଥିବା ଉକ୍ତ ଗୋଷ୍ଠୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। କିନ୍ତୁ ଏସବୁ ରାଜନୀତିକୁ ନେଇ ସ୍ଥାନୀୟ ଜନସାଧାରଣଙ୍କୁ ଅସୁବିଧାର ସମୁଖୀନ ହେବାକୁ ପଡୁଛି ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri