ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ ସାମ୍ନାସାମ୍ନି ହୋଇଛନ୍ତି ଦୁଇ ନେତା।

ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ପୋଷ୍ଟ କରି ଧର୍ମେନ୍ଦ୍ର ପ୍ରଧାନଙ୍କୁ ସିଧା ଟାର୍ଗେଟ କରିଛନ୍ତି ବବି ଦାସ। ସେ ଦୁଇଟି ଫଟୋର ପ୍ରାର୍ଥକ୍ୟକୁ ଦେଖାଇ ଧର୍ମେନ୍ଦ୍ରଙ୍କୁ ଜବାବ ମାଗିଛନ୍ତି। ସେ କହିଛନ୍ତି, ଭାଇ, ଏହି ଦୁଇଟି ଫଟୋକୁ ଟିକେ ଭଲ ଭାବେ ଦେଖନ୍ତୁ। ଫଟୋ ୦୧ ଟି ବିଜୁ ଏକ୍ସପ୍ରେସ ୱେ । ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ମିତ, ଦେଶର ଅନ୍ୟତମ ଶ୍ରେଷ୍ଠ ରାସ୍ତା ।
ହେଲେ ଫଟୋ ୦୨ ଟି ଏନଏଚ-୫୫, ୧୦ ବର୍ଷ ହେଲା କାମ ସରୁନି । ଧର୍ମେନ୍ଦ୍ର ଭାଇ, ଏନଏଚ-୫୫ରେ ଗତ ୫ ବର୍ଷରେ ୪୦୦ରୁ ଅଧିକ ଦୁର୍ଘଟଣାରେ ୨୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି। ଏହି ବିପର୍ଯ୍ୟସ୍ତ ଅବସ୍ଥା ପାଇଁ ଅଞ୍ଚଳବାସୀ, ନିର୍ଦ୍ଦିଷ୍ଟ ଭାବେ ସମ୍ବଲପୁରବାସୀଙ୍କ ମନରେ ଥିବା କ୍ଷୋଭକୁ ମୁଁ ଅନୁଭବ କରିପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି...

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର...

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର...

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri