ମହାପ୍ରଭୁଙ୍କୁ ନେଇ ରାଜନୀତି ଠିକ୍‌ ନୁହେଁ: ସଞ୍ଜୟ

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ସମଗ୍ର ଓଡ଼ିଆ ଜାତିର ସବୁଠାରୁ ବଡ଼ ପରିଚୟ ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ଭାଜପା ନେତାମାନେ ଯେଉଁ ରାଜନୀତି କରୁଛନ୍ତି ଏହା ଆଦୌ ଠିକ ନୁହେଁ ବୋଲି ବିଜେଡି ନେତା ସଞ୍ଜୟ କୁମାର ଦାଶବର୍ମା କହିଛନ୍ତି। ସଞ୍ଜୟ ଗଣମାଧ୍ୟମକୁ କହିଛନ୍ତି ଯେ, ପ୍ରଥମେ ପରିକ୍ରମା ପ୍ରକଳ୍ପକୁ ଜୋରଦାର ବିରୋଧ କଲେ। କାରଣ ଏମାନଙ୍କର ଲକ୍ଷ୍ୟ ହେଲା- ନା କାମ କରିବୁ, ନା କାମ କରାଇଦେବୁ। ଯଦି କିଛି ଭଲ କାମ ହେଲା ତାକୁ ଜୋରଦାର ବିରୋଧ କରିବୁ। ସମସ୍ତ ପ୍ରକାରର ଚେଷ୍ଟା ସତ୍ତ୍ୱେ ମହାପ୍ରଭୁଙ୍କ ଆଶୀର୍ବାଦରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସଫଳତାର ସହ ଲୋକାର୍ପିତ ହେଲା। ଭାଜପାକୁ ଆମେ ଯେତେବେଳେ ଆହ୍ବାନ ଦେଲୁ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯଦି ଖରାପ ତେବେ ତାଙ୍କ ଇସ୍ତାହାରରେ କୁହନ୍ତୁ ପ୍ରକଳ୍ପ କାର୍ଯ୍ୟକୁ ବନ୍ଦ କରିଦେବେ। ଏହାପରେ ସେମାନେ କଥା ବଦଳାଇବା ଆରମ୍ଭ କଲେ। ରାଜ୍ୟବାସୀ ଏଭଳି ଦୋମୁହାଁ ଚରିତ୍ର ଉପରେ ହସୁଛନ୍ତି। ଶ୍ରୀମନ୍ଦିର ଓ ଶ୍ରୀଜଗନ୍ନାଥଙ୍କୁ ନେଇ ଭାଜପା ନେତା ରାଜ୍ୟବାସୀଙ୍କ ଭାବାବେଗ ଏବଂ ଓଡ଼ିଆ ଅସ୍ମିତା ସହ ଖେଳୁଛନ୍ତି। ଏହା ଆଦୌ ଗ୍ରହଣୀୟ ନୁହେଁ। ଆମେ ପ୍ରାର୍ଥନା କରୁଛୁ ମହାପ୍ରଭୁ ସେମାନଙ୍କୁ ସଦବୁଦ୍ଧି ଦିଅନ୍ତୁ ବୋଲି ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri