Odisha Elections 2024
Posted inଜାତୀୟ

ମୋ ଦ୍ୱାରା ରାଜନୀତି ହେବ ନାହିଁ: ମିମି

କୋଲକାତା, ୧୬ା୨: ପଶ୍ଚିମବଙ୍ଗରୁ ଲୋକ ସଭା ସଦସ୍ୟ ଥିବା ମିମି ଚକ୍ରବର୍ତ୍ତୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଅଧ୍ୟକ୍ଷ ମମତା ବାନାର୍ଜିଙ୍କୁ ପଠାଇଛନ୍ତି। ଯାଦବପୁର ଲୋକ ସଭା ଆସନରୁ ଏମ୍‌ପି ଥିବା ମିମି ନିଜ ଇସ୍ତଫା ନେଇ ପ୍ରତିକ୍ରିୟା ରଖିଛନ୍ତି।

ଗୁରୁବାର ସେ ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀଙ୍କୁ ଭେଟି ନିଜ ଇସ୍ତଫା ନେଇ ଅବଗତ କରାଇବା ସହ ରାଜନୀତି ତାଙ୍କ ଦ୍ୱାରା ହେବ ନାହିଁ ବୋଲି ଗଣମାଧ୍ୟମ ସମ୍ମୁଖରେ ପ୍ରକାଶ କରିଛନ୍ତି।

ତେବେ ଦଳରୁ ମଞ୍ଜୁରୀ ମିଳିବା ପରେ ହିଁ ସେ ତାଙ୍କ ଇସ୍ତଫା ପତ୍ର ଲୋକସଭା ବାଚସ୍ପତିଙ୍କ ନିକଟକୁ ପଠାଇବେ। ଦୀର୍ଘ ବର୍ଷ ଧରି ବଙ୍ଗାଳୀ ଫିଲ୍ମ ଇଣ୍ଡଷ୍ଟ୍ରୀରେ ନିଜ ଅଭିନୟର ଯାଦୁ ଦେଖାଇ ଆସୁଥିବା ମିମିଙ୍କ ଲୋକପ୍ରିୟତାକୁ ଭିତ୍ତି କରି ୨୦୧୯ ଲୋକ ସଭା ନିର୍ବାଚନରେ ଯାଦବପୁର ଆସନରୁ ତାଙ୍କୁ ଏମ୍‌ପି ଟିକେଟ ଦେଇଥିଲା ଟିଏମ୍‌ସି। ସେ ନିଜ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଅନୁପମ୍‌ ହାଜରାଙ୍କୁ ୨ ଲକ୍ଷ ୯୫ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ର ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି।...

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ...

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri