Posted inଜାତୀୟ

ମୋ ଦ୍ୱାରା ରାଜନୀତି ହେବ ନାହିଁ: ମିମି

କୋଲକାତା, ୧୬ା୨: ପଶ୍ଚିମବଙ୍ଗରୁ ଲୋକ ସଭା ସଦସ୍ୟ ଥିବା ମିମି ଚକ୍ରବର୍ତ୍ତୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଅଧ୍ୟକ୍ଷ ମମତା ବାନାର୍ଜିଙ୍କୁ ପଠାଇଛନ୍ତି। ଯାଦବପୁର ଲୋକ ସଭା ଆସନରୁ ଏମ୍‌ପି ଥିବା ମିମି ନିଜ ଇସ୍ତଫା ନେଇ ପ୍ରତିକ୍ରିୟା ରଖିଛନ୍ତି।

ଗୁରୁବାର ସେ ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀଙ୍କୁ ଭେଟି ନିଜ ଇସ୍ତଫା ନେଇ ଅବଗତ କରାଇବା ସହ ରାଜନୀତି ତାଙ୍କ ଦ୍ୱାରା ହେବ ନାହିଁ ବୋଲି ଗଣମାଧ୍ୟମ ସମ୍ମୁଖରେ ପ୍ରକାଶ କରିଛନ୍ତି।

ତେବେ ଦଳରୁ ମଞ୍ଜୁରୀ ମିଳିବା ପରେ ହିଁ ସେ ତାଙ୍କ ଇସ୍ତଫା ପତ୍ର ଲୋକସଭା ବାଚସ୍ପତିଙ୍କ ନିକଟକୁ ପଠାଇବେ। ଦୀର୍ଘ ବର୍ଷ ଧରି ବଙ୍ଗାଳୀ ଫିଲ୍ମ ଇଣ୍ଡଷ୍ଟ୍ରୀରେ ନିଜ ଅଭିନୟର ଯାଦୁ ଦେଖାଇ ଆସୁଥିବା ମିମିଙ୍କ ଲୋକପ୍ରିୟତାକୁ ଭିତ୍ତି କରି ୨୦୧୯ ଲୋକ ସଭା ନିର୍ବାଚନରେ ଯାଦବପୁର ଆସନରୁ ତାଙ୍କୁ ଏମ୍‌ପି ଟିକେଟ ଦେଇଥିଲା ଟିଏମ୍‌ସି। ସେ ନିଜ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଅନୁପମ୍‌ ହାଜରାଙ୍କୁ ୨ ଲକ୍ଷ ୯୫ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି।…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri