ମତୁଆ ସମ୍ପ୍ରଦାୟଙ୍କୁ ହାତେଇବା ରାଜନୀତି: ଦେଶରୁ ଆରମ୍ଭ କରି ବିଦେଶରେ ପହଞ୍ଚିଲା

ଢାକା/କୋଲକାତା,୨୭।୩: ପଶ୍ଚିମବଙ୍ଗର ୨ କୋଟି ମତୁଆ ସମ୍ପ୍ରଦାୟଙ୍କୁ ହାତେଇବା ଲକ୍ଷ୍ୟ ନେଇ ଭାଜପା ପକ୍ଷରୁ ଦେଶରୁ ଆରମ୍ଭ ହୋଇଥିବା ରାଜନୀତି ବିଦେଶରେ ପହଞ୍ଚିଛି। ଏହି ୨ କୋଟିର ଭୋଟ ବାକ୍ସ ଭାଜପା ପକେଟକୁ ଆସିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କ୍ଷମତାଚ୍ୟୁତ କରିବା ଭାଜପା ପାଇଁ ସହକ ହୋଇପାରିବ। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶ ଗସ୍ତ ସମୟରେ ମତୁଆ ସମ୍ପ୍ରଦାୟର ସଂସ୍ଥାପକ ହରିଶ୍ଚନ୍ଦ୍ର ଠାକୁରଙ୍କ ଜନ୍ମସ୍ଥଳ ଓରାକାଣ୍ଡି ମନ୍ଦିରରେ ପହଞ୍ଚିଛନ୍ତି। ୨୦୧୫ରେ ବାଂଲାଦେଶ ଗସ୍ତ ସମୟରେ ମନ୍ଦିରକୁ ଆସିବାର ଇଛା ଥିଲେ ମଧ୍ୟ ତାହା ସଫଳ ହୋଇ ପାରି ନ ଥିଲା ବୋଲି ମୋଦି ଶନିବାର କହିଛନ୍ତି। ମାତ୍ର ଶେଷରେ ଏବେ ଏହା ପୂରଣ ହୋଇଛି। ସେହିପରି ବୋରୋ ମା’ଙ୍କ ଆଶୀର୍ବାଦ ମିଳିଥିବା ନେଇ ମୋଦି ବାଂଲାଦେଶରେ ମତୁଆ ସମ୍ପ୍ରଦାୟଙ୍କ ସମ୍ମୁଖରେ ପ୍ରକାଶ କରିଛନ୍ତି। ମତୁଆ ସମ୍ପ୍ରଦାୟଙ୍କ ସମର୍ଥନ ଯୋଗୁ ଲୋକ ସଭା ନିର୍ବାଚନରେ ଭାଜପା ପଶ୍ଚିମବଙ୍ଗରେ ସଫଳ ରହିଥିଲା। ଏବେ ତାହାର ପୁନରାବୃତ୍ତି ପାଇଁ ବିଧାନସଭା ନିର୍ବାଚନ ସମୟରେ ମୋଦି ବାଂଲାଦେଶ ଗସ୍ତ କରି ମତୁଆ ସମ୍ପ୍ରଦାୟ ସମର୍ଥନ ହାସଲ କରିବାର ଉଦ୍ୟମ କରୁଥିବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri