ଶ୍ରୀକାନ୍ତଙ୍କ ଘରକୁ ଅଖିଳେଶଙ୍କ ଆସିବା ନେଇ ରାଜନୀତି

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର): ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର୍‌ ଧରିବା ଆରମ୍ଭ ହୋଇଛି। ଅଖିଳେଶ ଭୁବନେଶ୍ବର ଆସି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ସହ ସାମାଜିକ ନ୍ୟାୟ ଉପରେ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ଅବସରରେ ଶ୍ରୀକାନ୍ତ ଜେନାଙ୍କ ସହ ଦିଲ୍ଲୀରେ ଦେଖାହୋଇଥିଲା, ତାଙ୍କ କଥା ମନକୁ ପାଇଛି ବୋଲି ଅଖିଳେଶ କହିଛନ୍ତି। ଏସ୍‌ପି ଏବେ ଇଣ୍ଡିଆ ମେଣ୍ଟରେ ଥିବାବେଳେ ଅଖିଳେଶ ଓଡ଼ିଶା ଆସିବା ବେଳକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ ନ ରହିବା ଏବଂ ଶ୍ରୀକାନ୍ତଙ୍କ ଦୀର୍ଘଦିନର ଦାବିକୁ ଉଠାଇ ଖବରଦାତା ସମ୍ମିଳନୀ କରିବାକୁ ନେଇ ରାଜନୈତିକ ମହଲରେ ଭିନ୍ନ ଧରଣର ଚର୍ଚ୍ଚା ଆରମ୍ଭ ହୋଇଛି। ହେଲେ ଭକ୍ତ ଦଳୀୟ କାର୍ଯ୍ୟକ୍ରମ ଥିବା ଯୋଗୁ ଅଖିଳେଶଙ୍କୁ ଭେଟିପାରି ନ ଥିବା କହିଛନ୍ତି। ଅନ୍ୟପଟେ ଅଖିଳେଶଙ୍କ ଦଳରେ ଶ୍ରୀକାନ୍ତ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ଆରମ୍ଭ ହୋଇଥିଲା। ଏହାକୁ ଶ୍ରୀକାନ୍ତ ଖଣ୍ଡନ କରିଦେଇଛନ୍ତି।
ପ୍ରତିକ୍ରିୟା ଦେଇ ଶ୍ରୀକାନ୍ତ କହିଛନ୍ତି, କଂଗ୍ରେସରେ ସେ ଅଛନ୍ତି ଆଉ ରହିବେ। ସମାଜବାଦୀ ପାର୍ଟିରେ ମିଶିବା ନେଇ ଚାଲିଥିବା ଚର୍ଚ୍ଚା ଭୁଲ୍‌ କଥା। ଓଡ଼ିଶାରେ ସାମାଜିକ ନ୍ୟାୟ ପାଇଁ ଲଢ଼େଇ ଜୋର୍‌ଦାର ହେବ। ଜାତିଗତ ଜନଗଣନା ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦାବି କରିସାରିଛନ୍ତି ବୋଲି ଶ୍ରୀକାନ୍ତ କହିଛନ୍ତି।

ସଭାପତି ଭକ୍ତ ଚରଣ ଦାସ କହିଛନ୍ତି, ଅଖିଳେଶ ଯାଦବ ଇଣ୍ଡିଆ ମେଣ୍ଟରେ ଅଛନ୍ତି। ତାଙ୍କର ଯେଉଁ ପୁରୁଣା ଜଣାଶୁଣା ଲୋକ ଥିଲେ ସେମାନଙ୍କୁ ଭେଟିବାକୁ ଆସିଛନ୍ତି। ତାଙ୍କୁ ମଧ୍ୟ ଦେଖାହେବା ଲାଗି ଡକାଇଥିଲେ। କାର୍ଯ୍ୟ ବ୍ୟସ୍ତତାରୁ ଯାଇପାରିଲେ ନାହିଁ ବୋଲି ଭକ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri