ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ ରାଜ୍ୟର ରାଜସ୍ୱ ଉପରେ ଗଭୀର ପ୍ରଭାବ ପଡ଼ିବ ବୋଲି ବିରୋଧୀ ଅଭିଯୋଗ କରିଛନ୍ତି। ତେଣୁ ଏହାକୁ ଲାଗୁ ନ କରାଇବା ପାଇଁ ୨ ଦିନିଆ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ କଂଗ୍ରେସ ବିଧାୟକମାନେ ଶନିବାର ଦାବି କରିଛନ୍ତି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କୁ କଂଗ୍ରେସ ବିଧାୟକମାନେ ଭେଟିଛନ୍ତି। ଏହି ଅବସରରେ କଂଗ୍ରେସ ବିଧାୟକମାନେ ରାଜ୍ୟପାଳଙ୍କୁ କହିଛନ୍ତି, ନବପ୍ରଣୀତ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ଦ୍ୱାରା ଓଡ଼ିଶାର ଖଣିଜ ସମ୍ପଦ, ରାଜ୍ୟର ଅଧିକାର, ଆଦିବାସୀଙ୍କ ସାମ୍ୱିଧାନିକ ସୁରକ୍ଷା ଏବଂ ଡିଏମ୍‌ଏଫ୍‌ ପାଣ୍ଠି ଉପରେ ଗୁରୁତର ପ୍ରଭାବ ପକାଇବ। ଏହି ପ୍ରସଙ୍ଗରେ ବିଧାନସଭାରେ ବିସ୍ତୃତ ଆଲୋଚନା ଓ ଏକତ୍ରିତ ରାଜ୍ୟ ପ୍ରସ୍ତାବ ପାଇଁ ରାଜ୍ୟପାଳ ଓ ବାଚସ୍ପତି ୨ଦିନିଆ ସ୍ୱତନ୍ତ୍ର ଅଧିବେଶନ ଡକାନ୍ତୁ। ଏଥିସହ ଓଡ଼ିଶାର ଖଣିଜ ସମ୍ପଦ ଓ ସାମ୍ୱିଧାନିକ ଅଧିକାରର ସୁରକ୍ଷା ପାଇଁ କଂଗ୍ରେସ ଲଢ଼େଇ ଜାରି ରଖିବ ବୋଲି ବିଧାୟକମାନେ କହିଛନ୍ତି। ଅନ୍ୟପଟେ ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି, ମୁଖ୍ୟମନ୍ତ୍ରୀ ଆଦିବାସୀ ନେତା ହୋଇ ତାଙ୍କ ଜାତିର ଭାଗ୍ୟକୁ କିପରି କେନ୍ଦ୍ର ପାଖରେ ସରେଣ୍ଡର କରିଦେଲେ। ଭାଜପାର ୨୦ ଏମ୍‌ପି କାହିଁକି ମୁହଁ ଖୋଲିଲେ ନାହିଁ। ତେଣୁ କଂଗ୍ରେସ ପକ୍ଷରୁ ୨୪ରୁ ସେପ୍ଟେମ୍ୱର ୯ ଯାଏ ଜନଜାଗରଣ ଏବଂ ଆସନ୍ତା ୨୫ରେ ସବୁ ଜିଲାରେ ପ୍ରତିରୋଧ ଦିବସ ପାଳନ ସହ ବିକ୍ଷୋଭ କରାଯିବ।
ଅନ୍ୟପଟେ ବିଜେଡି ସଭାପତି ନବୀନ ପଟ୍ଟନାୟକ ମଧ୍ୟ ଏହି ପ୍ରସଙ୍ଗରେ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଥିଲେ। ଏ ବିଷୟରେ ବିଜେଡି ବିଧାୟକ ଅରୁଣ କୁମାର ସାହୁ କହିଛନ୍ତି, ଖଣିଜ ସମ୍ପଦ ଓ ଖଣି ଜମି ଓଗେର କେନ୍ଦ୍ର ହାତକୁ ନେଇଗଲେ। ରାଜ୍ୟର ଅଧିକାର ଓ ସ୍ୱାୟତ୍ତତାକୁ ଛଡ଼ାଇନିଆଯାଇଛି। ଏହି ପ୍ରସଙ୍ଗରେ ବିଜେଡି ପ୍ରତ୍ୟେକ ଗାଁ ଗହଳିକୁ ଯାଇ ଲୋକଙ୍କୁ ଏ ବାବଦରେ ସଚେତନ କରାଇବ।
ଭାଜପା ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ କହିଛନ୍ତି, ଓଡ଼ିଶାରେ କେତେଜଣ ବିରୋଧୀ ଦଳ ନେତା ବିଭିନ୍ନ ପ୍ରକାର ମିଥ୍ୟା ତଥ୍ୟ ଦେଇ ରାଜ୍ୟବାସୀଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଏମ୍‌ଏମ୍‌ଡିଆର୍‌ ୧୯୫୭ ମସିହାରୁ ଯାହା ଚାଲି ଆସିଛି, ସେଥିରେ କିଛି ସଂଶୋଧନ କରିବା ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ପାର୍ଲାମେଣ୍ଟରେ ଆଗତ ବିଲ୍‌ ପ୍ରଥମେ ଲୋକ ସଭା ଏବଂ ପରବର୍ତ୍ତୀ ଅବସ୍ଥାରେ ରାଜ୍ୟ ସଭାରେ ଗୃହୀତ ହୋଇସାରିଛି। ଖଣି ଜାତୀୟ ସମ୍ପତ୍ତି ହୋଇଥିବାରୁ ଏହାର ସୁବିନିଯୋଗ ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ବିକଶିତ ଭାରତରେ ଖଣିଜ ସମ୍ପଦର ସଦୁପଯୋଗ ସହ ଭାଲ୍ୟୁ ଆଡେଡ୍‌ ଲାଗି ଏହି ଆଇନ ଅଣାଯାଇଛି। ଏହାଦ୍ୱାରା ଖଣିଜ ସମ୍ପଦପୂର୍ଣ୍ଣ ରାଜ୍ୟ ଏବଂ ଦେଶର ଲାଭ ହେବ। ବିରୋଧୀ ଅପପ୍ରଚାର କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?