Posted inଜାତୀୟ

ମୋଦିଙ୍କ ଉତ୍ତରାଧିକାରୀକୁ ନେଇ ତେଜିଲା ରାଜନୀତି: ସଞ୍ଜୟଙ୍କ ପରେ ଫଡନବୀସ କହିଲେ ଏମିତି…

ନାଗପୁର,୩୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାଗପୁର ଗସ୍ତ ଉପରେ ଶିବସେନା (UBT) ନେତା ସଞ୍ଜୟ ରାଉତଙ୍କ ବୟାନ ଏକ ଭିନ୍ନ ମୋଡ଼ ଦେଇଛି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ରବିବାର ନାଗପୁର ଯାଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତଙ୍କୁ ଏହି ବାର୍ତ୍ତା ଦେଇଥିଲେ ଯେ, ସେ ଅବସର ନେଉଛନ୍ତି ଏବଂ ତାଙ୍କ ଉତ୍ତରାଧିକାରୀ ମହାରାଷ୍ଟ୍ରରୁ ଆସିବେ।

ତାଙ୍କର ଏହି ଦାବିଗୁଡ଼ିକୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ସମ୍ପୂର୍ଣ୍ଣ ଭାବରେ ପ୍ରତ୍ୟାଖ୍ୟାନ କରି କହିଛନ୍ତି, ମୋଦୀ ଆଗାମୀ ଅନେକ ବର୍ଷ ପର୍ଯ୍ୟନ୍ତ ଦେଶକୁ ନେତୃତ୍ୱ ଦେଇ ଚାଲିବେ। ପରବର୍ତ୍ତୀ ନିର୍ବଚନରେ (୨୦୨୯) ଆମେ ମୋଦିଙ୍କୁ ପୁଣି ଥରେ ପ୍ରଧାନମନ୍ତ୍ରୀ ଭାବରେ ଦେଖିବୁ। ତାଙ୍କ ଉତ୍ତରାଧିକାରୀଙ୍କୁ ଖୋଜିବାର କୌଣସି ଆବଶ୍ୟକତା ନାହିଁ। ସେ (ମୋଦି) ଆମର ନେତା ଏବଂ ଏହି ପଦବୀରେ ରହିବେ। ନତା ସକ୍ରିୟ ଥିବା ସମୟରେ ଉତ୍ତରାଧିକାର ବିଷୟରେ ଆଲୋଚନା କରିବା ଭାରତୀୟ ସଂସ୍କୃତିରେ ଅନୁପଯୁକ୍ତ। ତାହା (ଆମେ ଯାହା ବିଷୟରେ କହୁଛୁ) ହେଉଛି ମୋଗଲ ସଂସ୍କୃତି। ଏହା ବିଷୟରେ ଆଲୋଚନା କରିବାର ସମୟ ଏପର୍ଯ୍ୟନ୍ତ ଆସିନାହିଁ।

ଏହାପୂର୍ବରୁ ଶିବସେନା (UBT) ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତ କହିଥିଲେ, ମୋଦି ସେପ୍ଟେମ୍ବରରେ ତାଙ୍କର ଅବସର ଆବେଦନ ଲେଖିବା ପାଇଁ RSS ମୁଖ୍ୟାଳୟ ଯାଇଥିଲେ। ୧୦-୧୨ ବର୍ଷ ମଧ୍ୟରେ, ସେ କେବେ RSS ମୁଖ୍ୟାଳୟ ଯାଇ ନ ଥିଲେ। ତେଣୁ ସେ ମୋହନ ଭାଗବତଙ୍କ ପାଖକୁ ଯାଇ କହିଥିଲେ, ମୁଁ ଅବସର ନେବାକୁ ଯାଉଛି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୧୧ ବର୍ଷ ପରେ ପ୍ରଥମ ଥର ପାଇଁ ନାଗପୁରରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟାଳୟ ପରିଦର୍ଶନ କରିଛନ୍ତି। ଏହି ସମୟରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri