ବୁଲନ୍ଦସହର,୧୨ା୮ : ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ଜଣେ ମେଧାବୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିବାଦ ସୃଷ୍ଟି ହୋଇଛି। ଆମେରିକାର ଏକ କଲେଜରେ ପଢ଼ୁଥିବା ୨୦ ବର୍ଷୀୟା ସୁଦୀକ୍ଷା ଭାଟି ସୋମବାର ସ୍କୁଟିରେ ଯାଉଥିବାବେଳେ ବୁଲନ୍ଦସହରର ଅଉରଙ୍ଗାବାଦ ଅଞ୍ଚଳରେ ଦୁର୍ଘଟଣାର ଶିକାର ହୋଇଥିଲେ। ସେ ତାଙ୍କ ସାନଭାଇଙ୍କ ସହ ସ୍କୁଟିରୁ ଖସିପଡ଼ିଥିଲେ। ଏଥିରେ ସୁଦୀକ୍ଷାଙ୍କ ମୃତ୍ୟୁ ଘଟିଥିବାବେଳେ ସାନଭାଇ ଆହତ ହୋଇଛନ୍ତି। ଗୌତମବୁଦ୍ଧ ନଗରସ୍ଥିତ ଦାଦ୍ରି ତହସିଲସ୍ଥିତ ଦେରି ସ୍କାନର ଗ୍ରାମରୁ ଖାନପୁରରେ ଥିବା ନିଜ ମାମୁଙ୍କ ଘରକୁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଆମେରିକାର ମାସାଚ୍ୟୁଟ୍ସସ୍ଥିତ ବାବସୋନ କଲେଜର ଛାତ୍ରୀ ସୁଦୀକ୍ଷା କରୋନା ଭାଇରସ୍ ଯୋଗୁ ଭାରତ ଚାଲିଆସିଥିଲେ। ଆସନ୍ତା ୨୦ ତାରିଖରେ ସେ ପୁଣି ଆମେରିକାକୁ ପାଠ ପଢ଼ିବା ପାଇଁ ଫେରିଥାନ୍ତେ। କେତେଜଣ ଦୁର୍ବୃତ୍ତ ବୁଲେଟରେ ସୁଦୀକ୍ଷାଙ୍କୁ ପିଛା କରିବାରୁ ଦୁର୍ଘଟଣା ଘଟିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରାଜ୍ୟର ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ସମାଲୋଚନା କରିଛନ୍ତି। ଉତ୍ତରପ୍ରଦେଶରେ ଆଇନ ପ୍ରତି କାହାରି ଭୟ ନାହିଁ। କମେଣ୍ଟ ମରାକୁ ନେଇ ସରକାର କିଛି କରୁନାହାନ୍ତି ବୋଲି ପ୍ରିୟଙ୍କା କହିଛନ୍ତି।
ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ
ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ
ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
Archives


