ବୁଲନ୍ଦସହର,୧୨ା୮ : ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ଜଣେ ମେଧାବୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିବାଦ ସୃଷ୍ଟି ହୋଇଛି। ଆମେରିକାର ଏକ କଲେଜରେ ପଢ଼ୁଥିବା ୨୦ ବର୍ଷୀୟା ସୁଦୀକ୍ଷା ଭାଟି ସୋମବାର ସ୍କୁଟିରେ ଯାଉଥିବାବେଳେ ବୁଲନ୍ଦସହରର ଅଉରଙ୍ଗାବାଦ ଅଞ୍ଚଳରେ ଦୁର୍ଘଟଣାର ଶିକାର ହୋଇଥିଲେ। ସେ ତାଙ୍କ ସାନଭାଇଙ୍କ ସହ ସ୍କୁଟିରୁ ଖସିପଡ଼ିଥିଲେ। ଏଥିରେ ସୁଦୀକ୍ଷାଙ୍କ ମୃତ୍ୟୁ ଘଟିଥିବାବେଳେ ସାନଭାଇ ଆହତ ହୋଇଛନ୍ତି। ଗୌତମବୁଦ୍ଧ ନଗରସ୍ଥିତ ଦାଦ୍ରି ତହସିଲସ୍ଥିତ ଦେରି ସ୍କାନର ଗ୍ରାମରୁ ଖାନପୁରରେ ଥିବା ନିଜ ମାମୁଙ୍କ ଘରକୁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଆମେରିକାର ମାସାଚ୍ୟୁଟ୍ସସ୍ଥିତ ବାବସୋନ କଲେଜର ଛାତ୍ରୀ ସୁଦୀକ୍ଷା କରୋନା ଭାଇରସ୍ ଯୋଗୁ ଭାରତ ଚାଲିଆସିଥିଲେ। ଆସନ୍ତା ୨୦ ତାରିଖରେ ସେ ପୁଣି ଆମେରିକାକୁ ପାଠ ପଢ଼ିବା ପାଇଁ ଫେରିଥାନ୍ତେ। କେତେଜଣ ଦୁର୍ବୃତ୍ତ ବୁଲେଟରେ ସୁଦୀକ୍ଷାଙ୍କୁ ପିଛା କରିବାରୁ ଦୁର୍ଘଟଣା ଘଟିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରାଜ୍ୟର ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ସମାଲୋଚନା କରିଛନ୍ତି। ଉତ୍ତରପ୍ରଦେଶରେ ଆଇନ ପ୍ରତି କାହାରି ଭୟ ନାହିଁ। କମେଣ୍ଟ ମରାକୁ ନେଇ ସରକାର କିଛି କରୁନାହାନ୍ତି ବୋଲି ପ୍ରିୟଙ୍କା କହିଛନ୍ତି।
ଏଇ ଭାରତରେ
ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…
ପଦବୀ ନୁହେଁ କ୍ଷମତା
ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…
ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ
ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍ ଓଏଏସ୍ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…
ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍: ତେଜି ଉଠିଲା ଚାଷୀ ଅସନ୍ତୋଷ
ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…
ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ
ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…
କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍: ଚାଲିଗଲା ୫ ଜୀବନ
ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…
ଧନଲାଭର ମହାଯୋଗ! ଏହି ୫ ରାଶିଙ୍କ ପାଇଁ ଶୁଭ ସଙ୍କେତ, ଜାଣନ୍ତୁ କ’ଣ କହୁଛି ଆଜିର ରାଶିଫଳ
୨୬ ଅଗଷ୍ଟ ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ଏକ ବିଶେଷ ଦିନ ହୋଇପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାରର ସଂଯୋଗ ରହିଛି।…
କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…
ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…
Archives

