ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟକୁ ନେଇ ରାଜନୀତି

ବରଗଡ଼ ୧୯।୬ (ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାଠାରେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟ କାର୍ଯ୍ୟ ଠପ୍‌ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରିଦର୍ଶନ ଏବଂ ସମୀକ୍ଷା ପରଦିନଠାରୁ ପ୍ଲାଣ୍ଟରେ ଏଭଳି ସ୍ଥିତି ଉପୁଜିଥିବାରୁ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ନିର୍ମାଣ କାର୍ଯ୍ୟ ବନ୍ଦ ପଛରେ ଶାସକ ବିଜେଡିର ହାତ ରହିଛି ବୋଲି ଭାଜପା ଅଭିଯୋଗ କରିଛି। ଭାଜପା ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାସିସ ଆଚାର୍ଯ୍ୟ ଏଥିରେ ସିଧାସଳଖ ସ୍ଥାନୀୟ ବିଧାୟକଙ୍କୁ ଟାର୍ଗେଟ କରିଥିବାବେଳେ ପ୍ଲାଣ୍ଟ କର୍ମଚାରୀଙ୍କୁ ଧମକ ଚମକ ଦେଇ ନିର୍ମାଣ କାର୍ଯ୍ୟ ବନ୍ଦ କରି ଦିଆଯାଇଛି ବୋଲି ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ଅଭିଯୋଗ କରିଛନ୍ତି। ଏହାକୁ ଉଭୟେ ନିଜ ଟ୍ବିଟର ଆକାଉଣ୍ଟରେ ପୋଷ୍ଟ କରିଛନ୍ତି। ଏ ସମ୍ପର୍କରେ ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ପଚାରିବାରୁ ସେ କହିଥିଲେ, ସେଭଳି ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ। ପ୍ଲାଣ୍ଟରେ କାର୍ଯ୍ୟରତ ଜଣେ ବିଜେଡି କର୍ମୀଙ୍କୁ ଭାଜପା କର୍ମୀମାନେ ଆକ୍ରମଣ କରି ହାତଗୋଡ଼ ଭାଙ୍ଗି ଦେଇଛନ୍ତି। ସେ ଏବେ ଚିକିତ୍ସାଧୀନ ଅଛନ୍ତି। ଏହାରି ଭୟରେ ପ୍ଲାଣ୍ଟକୁ ବନ୍ଦ କରି ଦିଆଯାଇଛି। କେନ୍ଦ୍ରମନ୍ତ୍ରୀ ପ୍ରଧାନ ପ୍ଲାଣ୍ଟକୁ ଆସି ଦଳୀୟ କର୍ମୀଙ୍କୁ ଉସୁକାଇଥିବାରୁ ପ୍ଲାଣ୍ଟରେ କାର୍ଯ୍ୟରତ ବିଜେଡି କର୍ମୀଙ୍କ ଉପରେ ଭାଜପା କର୍ମୀ ସେଭଳି ଆକ୍ରମଣ କରିଛନ୍ତି ବୋଲି ବିଧାୟକ ସିଂ ପାଲଟା ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ, ୧୬୦୭ କୋଟି ଟଙ୍କା ବ୍ୟୟ ଅଟକଳରେ ୭୦ଏକର ପରିମିତ ଜମିରେ ଉକ୍ତ ଇଥାନଲ ପ୍ଲାଣ୍ଟ ନିର୍ମାଣ କରାଯାଉଛି। ଗତ ୧୧ ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉକ୍ତ ପ୍ଲାଣ୍ଟ ପରିଦର୍ଶନ କରିବା ସହ ନିର୍ମାଣ କାର୍ଯ୍ୟ ଅଗ୍ରଗତି ସମୀକ୍ଷା କରିଥିଲେ। ଖୁବ୍‌ଶୀଘ୍ର ଏହି ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେବା ଆଶା କରାଯାଉଛି ଏବଂ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେଲେ ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଜିଲା ସମେତ ଆଖପାଖ ଅଞ୍ଚଳର ଚାଷୀଙ୍କ ଆୟ ବଢିବ ବୋଲି ସେ କହିଥିଲେ। ମାତ୍ର ତାଙ୍କ ଗସ୍ତର ଠିକ୍‌ ପରଦିନଠାରୁ ପ୍ଲାଣ୍ଟରେ ନିର୍ମାଣ କାର୍ଯ୍ୟ ବନ୍ଦ ରହିବା, ଏଥିରେ ଭାଜପା ଶାସକ ବିଜେଡି ଦଳକୁ ଦାୟୀ କରିବା ଏବଂ କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ ପରେ ପ୍ଲାଣ୍ଟରେ କାର୍ଯ୍ୟରତ ବିଜେଡି କର୍ମୀଙ୍କ ଉପରେ ଭାଜପା କର୍ମୀଙ୍କ ଆକ୍ରମଣ ଅଭିଯୋଗ ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri