ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ବର, ୨୧ା୪(ବ୍ୟୁରୋ): ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗକରି କିଛିଦିନ ତଳେ ଭାଜପା ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାମାନେ ପ୍ରତିବାଦ କରିଥିଲେ। ଏହି ସମୟରେ ପୋଲିସ ଏବଂ ଯୁବମୋର୍ଚ୍ଚା କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଉକ୍ତ ଘଟଣାରେ ଗିରଫ ହୋଇ କେତେଜଣ କର୍ମୀ ଜେଲ ଯାଇଥିଲେ। ତେବେ ଏମାନଙ୍କୁ ଗୁରୁବାର ହାଇକୋର୍ଟରୁ ଜାମିନ ମିଳିବା ପରେ ଏହାକୁ ନେଇ ଭାଜପା ଓ ବିଜେଡି ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି।
ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ପ୍ରତିବାଦ କରିବା ସମୟରେ ପୋଲିସ ଷଡ଼ଯନ୍ତ୍ରର ଶିକାର ହୋଇ ଜେଲ ଯାଇଥିବା ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ଜାମିନ ମିଳିବା ଘଟଣାରେ ‘ସତ୍ୟମେବ ଜୟତେ, ଧର୍ମର ଜୟ’ ହୋଇଛି ବୋଲି ଟୁଇଟ୍‌କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଟୁଇଟ୍‌ରେ ସେ କହିଛନ୍ତି , ଭାଜପା ଯୁବମୋର୍ଚ୍ଚାର କାର୍ଯ୍ୟକର୍ତ୍ତାମାନେ ଗତ ଫେବୃୟାରୀ ୨୮ରେ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ପ୍ରତିବାଦ କରିବା ସମୟରେ ପୋଲିସ ଦ୍ୱାରା ଷଡ଼ଯନ୍ତ୍ରର ଶିକାର ହୋଇ ସେମାନଙ୍କୁ ଜେଲଲ ଯିବାକୁ ପଡ଼ିଥିଲା। ଏହି ଘଟଣାକୁ ୫୦ ଦିନରୁ ଊର୍ଦ୍ଧ୍ୱ ହେଲାଣି। ଗଣତନ୍ତ୍ରରେ ପ୍ରତିବାଦ କରିବାର ଅଧିକାର ସମସ୍ତଙ୍କର ଅଛି। ଯୁବମୋର୍ଚ୍ଚାର କାର୍ଯ୍ୟକର୍ତ୍ତା ହେଉଛନ୍ତି ଏକ ରାଜନୈତିକ ଦଳର କାର୍ଯ୍ୟକର୍ତ୍ତା। ହେଲେ ପୋଲିସ ପ୍ରଶାସନ ସେମାନଙ୍କୁ ରାଜନୈତିକ କାର୍ଯ୍ୟକର୍ତ୍ତା ଭାବେ ନୁହେଁ ବରଂ ଅପରାଧୀ ଭଳି ବ୍ୟବହାର କରିଥିଲା, ଯାହା ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ। ହାଇକୋର୍ଟ ଗୁରୁବାର ଯୁବ କାର୍ଯ୍ୟକର୍ତ୍ତାମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଦେଶ ଆଇନ ବ୍ୟବସ୍ଥାକୁ ଆମେ ସମ୍ମାନ ଜଣାଉଛୁ ବୋଲି ଧର୍ମେନ୍ଦ୍ର କହିଛନ୍ତି।
ଧର୍ମେନ୍ଦ୍ରଙ୍କ ଟୁଇଟ୍‌ ଉପରେ ପ୍ରତିକ୍ରିୟା ଦେଇ ବିଜେଡି ନେତା ଗୌତମ ବୁଦ୍ଧ ଦାସ କହିଛନ୍ତି, ଜଣେ ଅଭ୍ୟାସଗତ ଅପରାଧୀ ଓ ହତ୍ୟା ଅଭିଯୁକ୍ତ ଓଡ଼ିଶା ଭାଜପା ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ଏବଂ ତାଙ୍କ ସହଯୋଗୀମାନେ ଜାମିନରେ ଜେଲରୁ ମୁକୁଳୁଛନ୍ତି। ଫେବୃୟାରୀ ୨୮ରେ ଏମାନେ ବିକ୍ଷୋଭ ନାଁରେ ଭୁବନେଶ୍ୱରର ଛାତି ଉପରେ କିପରି ଆତଙ୍କ ସୃଷ୍ଟି କରିଥିଲେ ରାଜ୍ୟବାସୀ ତାହା ଦେଖିଛନ୍ତି। ସେଦିନ ସେମାନଙ୍କ ବର୍ବରତାପୂର୍ଣ୍ଣ ଆକ୍ରମଣରେ ଜଣେ ଏସ୍‌ପିଙ୍କ ସମେତ ୨୧ ପୋଲିସ ଆହତ ହୋଇଥିଲେ। ଦୁର୍ଭାଗ୍ୟର ବିଷୟ ହେଉଛି ଏଭଳି ଜଘନ୍ୟ ମାମଲାରେ ଲିପ୍ତ ଜଣେ ଅଭ୍ୟାସଗତ ଅପରାଧୀଙ୍କୁ ରାଜ୍ୟ ଭାଜପାର କେତେଜଣ ନେତା ସମର୍ଥନ କରୁଛନ୍ତି। ରାଜ୍ୟରେ ଭାଜପାର ଏହି ନେତାଙ୍କୁ ସଚେତନ ରାଜ୍ୟବାସୀ ପ୍ରତ୍ୟାଖ୍ୟାନ କରୁଛନ୍ତି। ଆଗକୁ ବି ପ୍ରତ୍ୟାଖ୍ୟାନ କରିବେ ବୋଲି ଗୌତମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?