ବଦନାମ କରିବାକୁ ରାଜନୈତିକ ଚକ୍ରାନ୍ତ: ସନାତନ

କେନ୍ଦୁଝର,୨୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ନମ୍ବିରାସ୍ଥିତ ବାସଭବନ ଓ ଉଚ୍ଚବାଲିସ୍ଥିତ କାର୍ଯ୍ୟାଳୟକୁ ଶନିବାର ସାଠାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ସ୍ଥାନୀୟ କେତେଜଣ ଲୋକ ଘେରାଓ କରିଥିଲେ। ଆନ୍ଦୋଳନକାରୀ ୧୦ ବର୍ଷ ତଳେ ବିଭିନ୍ନ ଖଣିରେ ଅଂଶୀଦାର ଥିବା କହି ଲାଭାଂଶ ଦାବି କରିଥିଲେ। ଘଟଣାରେ ପୋଲିସ ହସ୍ତକ୍ଷେପ ପରେ ଆନ୍ଦୋଳନକାରୀମାନେ ଛତ୍ରଭଙ୍ଗ ଦେଇଥିବା ଜଣାପଡ଼ିଛି। ଉକ୍ତ ଘଟଣାକୁ ନେଇ ସନାତନ ଗଣମାଧ୍ୟମ ପ୍ରତିନିଧିଙ୍କ ଜରିଆରେ ନିଜ ମତ ରଖି ଘେରାଉ କେବଳ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଏବଂ ତାଙ୍କୁ ବଦନାମ କରିବାକୁ ଚକ୍ରାନ୍ତ ଚାଲିଛି।
ସେ ଆହୁରି କହିଛନ୍ତି, ଖଣି ଅଞ୍ଚଳରେ ମେଶିନ ମାଇନ୍ସର ପ୍ରଚଳନ ପରେ ଶ୍ରମିକ ଛଟେଇ ହୋଇ ଅନେକ ଲୋକ ନିଜର ଜୀବନ ଜୀବିକା ହରାଇଥିଲେ। ଏହାକୁ ଦୃଷ୍ଟିରେ ରଖି ଦୀର୍ଘ ବର୍ଷ ଧରି ତାଙ୍କର ପରିବହନ ବ୍ୟବସାୟର ଲାଭାଂଶରୁ ଗରିବ ଲୋକମାନଙ୍କୁ ସାହାଯ୍ୟ କରି ଆସୁଥିଲେ। ତାଙ୍କଠାରୁ କେହି କୌଣସି ପ୍ରକାର ପ୍ରାପ୍ୟ ପାଇବାର ନାହିଁ। ଘେରାଓରେ ସାମିଲ ଥିବା ଦାବିଦାରମାନଙ୍କ ପାଖରେ ସେଭଳି ପ୍ରମାଣ ନାହିଁ। ଯଦି ସେମାନଙ୍କ ନିକଟରେ କୌଣସି ତଥ୍ୟ ପ୍ରମାଣ ଥାଏ ସେମାନେ ଆଇନର ଆଶ୍ରୟ ନେଇପାରନ୍ତି। ମାତ୍ର ପରିବାର ନେଇ ସେ ପୈତୃକ ଗ୍ରାମ ନମ୍ବିରାରେ ରହିଆସୁଥିବା ବେଳେ ବିଳମ୍ବିତ ରାତି ପର୍ଯ୍ୟନ୍ତ ତାଙ୍କ ଘର ଘେରାଓ କରି ପାଟିତୁଣ୍ଡ କରିବା ଏକ ଅଗଣତାନ୍ତ୍ରିକ ପ୍ରକ୍ରିିୟା ବୋଲି ସେ କହିଛନ୍ତି। ଆସନ୍ତା ନିର୍ବାଚନରେ ପୁଣି ପ୍ରାର୍ଥୀ ହେବେ ବୋଲି ଚର୍ଚ୍ଚା ହେବା ପରେ ବିରୋଧୀ ଗୋଷ୍ଠୀ ସ୍ଥାନୀୟ ଲୋକଙ୍କୁ ଆଣି ତାଙ୍କ ଘର ସମ୍ମୁଖରେ ହଟ୍ଟଗୋଳ କରୁଛନ୍ତି। ତାଙ୍କୁ ବଦନାମ କରିବା ପାଇଁ କେତେକ ଗୋଷ୍ଠୀ ଚକ୍ରାନ୍ତ କରୁଛନ୍ତି। ସେ ଦୀର୍ଘ ଦଶନ୍ଧି ଧରି ସକ୍ରିୟ ରାଜନୀତିରେ ରହିଆସିଛନ୍ତି। ତାଙ୍କର ମଧ୍ୟ ଅନେକ ସମର୍ଥକ ଜିଲାବ୍ୟାପୀ ରହିଛନ୍ତି। ଆନ୍ଦୋଳନକାରୀଙ୍କ ସହ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହେଲେ ତାହାକୁ ଆୟତ୍ତ କରିବା ତାଙ୍କ ପକ୍ଷରେ ମଧ୍ୟ ଅସମ୍ଭବ ହୋଇପଡ଼ିବ ବୋଲି ମଧ୍ୟ ସନାତନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri