Posted inଜାତୀୟ

ବିହାର ପରେ ଗୁଜରାଟରେ ଭୁଶୁଡିଲା ପୋଲ, ତଦନ୍ତ ନିର୍ଦ୍ଦେଶ…

ଅହମଦାବାଦ,୧୪।୬ : ବିହାରରେ ପୋଲ ଭୁଶୁଡିବା ପରେ ଏବେ ଗୁଜରାଟର ତାପି ଜିଲାର ମାୟାପୁର ଏବଂ ଦେଗାମା ଗ୍ରାମକୁ ସଂଯୋଗ କରୁଥିବା ମାଣ୍ଡୋଲା ନଦୀ ଉପରେ ଥିବା ପୋଲ ଭୁଶୁଡି ପଡିଛି। ଏହି ପୋଲ ଭୁଶୁଡ଼ିବା ଦ୍ୱାରା ପ୍ରାୟ ୧୫ ଟି ଗାଁ ପ୍ରଭାବିତ ହେବା ବୋଲି କୁହାଯାଉଛି।

ଏହି ଘଟଣା ସମ୍ପର୍କରେ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ନିରାଭ ରାଠୋର କହିଛନ୍ତି ଏହି ପୋଲ ନିର୍ମାଣ କାର୍ଯ୍ୟ ୨୦୨୧ ମସିହାରେ ଆରମ୍ଭ ହୋଇଥିଲା। ଏହାକୁ ତିଆରି କରିବାରେ ମୋଟ ଦୁଇ କୋଟି ଟଙ୍କା ଖର୍ଚ୍ଚ କରାଯାଇଥିଲା। ବର୍ତ୍ତମାନ ବିଶେଷଜ୍ଞଙ୍କ ଅନୁସନ୍ଧାନ ପରେ ବ୍ରିଜ ଭୁଶୁଡିବାର କାରଣ ଜଣାପଡିବ।

ଏହି ଘଟଣା ସମ୍ପର୍କରେ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ନୀରବ ରାଠୋର କହିଛନ୍ତି ଏହି ପୋଲ ନିର୍ମାଣ କାର୍ଯ୍ୟ ୨୦୨୧ ମସିହାରେ ଆରମ୍ଭ ହୋଇଥିଲା। ଏହାକୁ ତିଆରି କରିବାରେ ମୋଟ ଦୁଇ କୋଟି ଟଙ୍କା ଖର୍ଚ୍ଚ କରାଯାଇଥିଲା। ବର୍ତ୍ତମାନ ବିଶେଷଜ୍ଞଙ୍କ ଅନୁସନ୍ଧାନ ପରେ ବ୍ରିଜ ଭୁଶୁଡିବାର କାରଣ ଜଣାପଡିବ।

ପୋଲର ୯୫ ପ୍ରତିଶତ କାର୍ଯ୍ୟ ଶେଷ ହୋଇଥିଲା। କିନ୍ତୁ ନିର୍ମାଣ କାର୍ଯ୍ୟ ଶେଷ ହେବା ପୂର୍ବରୁ ପୋଲ ଭୁଶୁଡି ପଡିଛି। ତେବେ ବର୍ତ୍ତମାନ ସୁଦ୍ଧା ଏହି ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିନାହିଁ। ବରିଷ୍ଠ ଅଧିକାରୀମାନେ ଘଟଣା ପରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ପୋଲ ଭୁଶୁଡ଼ିବା ପରେ କଣ୍ଟ୍ରାକ୍ଟରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣାଯାଇଛି। ନିର୍ମାଣ ସମୟରେ କଣ୍ଟ୍ରାକ୍ଟରକୁ ଖରାପ ସାମଗ୍ରୀ ବ୍ୟବହାର କରୁଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି।

ଏହାପୂର୍ବରୁ ବିହାରର ଭାଗଲପୁରର ଗଙ୍ଗା ନଦୀ ଉପରେ ୧,୭୧୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏକ ପୋଲ ଭୁଶୁଡି ପଡିଥିଲା। ୨୦୧୪ ମସିହାରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହାର ମୂଳଦୁଆ ପକାଇଥିଲେ। ଏହି ଦୁର୍ଘଟଣା ପରେ ବ୍ରିଜ ନିର୍ମାଣ ନିଗମରୁ ଏକ ରିପୋର୍ଟ ମଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri