Posted inଜାତୀୟ

ନିର୍ବାଚନ କମିଶନଙ୍କ ନିଯୁକ୍ତି ପ୍ୟାନେଲରେ ସିଜେଆଇଙ୍କୁ ରଖିବାକୁ ଦାବି କରିଥିଲେ ଆଡଭାନୀ

ନୂଆଦିଲ୍ଲୀ,୧୧।୮: ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୦ ଗୁରୁବାର ପାର୍ଲାମେଣ୍ଟରେ ଏକ ବିଲ ଉପସ୍ଥାପନ ହୋଇଥିଲା, ଯେଉଁଥିରେ ନିର୍ବାଚନ କମିଶନରଙ୍କ ନିଯୁକ୍ତିକୁ ନେଇ ଏକ ହାଇ ପାଓ୍ବାର କମିଟି ପାଇଁ ବ୍ୟବସ୍ଥା ରହିଛି, କିନ୍ତୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କୁ ଏହି କମିଟିରୁ ବାହାର କରାଯାଇଛି। ଏହି ବିଲ ଅନୁଯାୟୀ ଏହି କମିଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିରୋଧୀ ଦଳର ନେତା ତଥା ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମନୋନୀତ କ୍ୟାବିନେଟ ମନ୍ତ୍ରୀ ସାମିଲ ହେବେ। ପୂର୍ବରୁ ଏହି କମିଟିରେ ସିଜେଆଇ ରହିଆସୁଥିଲେ। ଏହି କାରଣରୁ, ଏହି ପ୍ରସଙ୍ଗରେ ଆଲୋଚନା ହେଉଛ। ଅନ୍ୟପକ୍ଷରେ, ବରିଷ୍ଠ ଭାଜପା ନେତା ଏଲ.କେ ଆଡଭାନୀଙ୍କ ଚିଠିକୁ କିଛି ଲୋକ ମନେ ରଖିଛନ୍ତି ଯେଉଁଥିରେ ଏଭଳି ନିଯୁକ୍ତିରେ ପକ୍ଷପାତିତାକୁ ଏଡାଇବା ପାଇଁ କମିଟିରେ ସିଜେଆଇଙ୍କୁ ଅନ୍ତର୍ଭୁକ୍ତ କରାଯିବ ବୋଲି କୁହାଯାଇଥିଲା।

ଇଣ୍ଡିଆନ ଏକ୍ସପ୍ରେସ ଏକ ରିପୋର୍ଟରେ କହିଛି ଯେ ବର୍ତ୍ତମାନ ପର୍ଯ୍ୟନ୍ତ ମୁଖ୍ୟ ନିର୍ବାଚନ କମିଶନର ଏବଂ ବାକି ନିର୍ବାଚନ କମିଶନରଙ୍କୁ ସରକାର ସମ୍ବିଧାନର ଧାରା ୩୨୪ (୨) ଅନୁଯାୟୀ ନିଯୁକ୍ତ କରିଛନ୍ତି ଯେଉଁଥିରେ ଦର୍ଶାଯାଇଛି ଯେ ପାର୍ଲାମେଣ୍ଟ ଦ୍ୱାରା କରାଯାଇଥିବା କୌଣସି ଆଇନର ପ୍ରାବଧାନ ଅନୁଯାୟୀ, ସମୟ ସମୟରେ ନିର୍ବାଚନ କମିଶନଙ୍କ ନିଯୁକ୍ତି କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri