Posted inଖେଳ

ଷ୍ଟିରିଆନ୍‌ ଗ୍ରାଁ ପ୍ରି: ହାମିଲଟନ୍‌ଙ୍କୁ ପୋଲ୍‌ ପୋଜିଶନ

ଷ୍ଟିରିଆ,୧୨।୭: ଅଷ୍ଟ୍ରିଆର ଷ୍ଟିରିଆରେ ଚାଲିଥିବା ବର୍ଷା ବାଧାପ୍ରାପ୍ତ ଫର୍ମୁଲା-୧ ରେସ୍‌ରେ ବିଶ୍ୱ ଚାମ୍ପିୟନ ଲୁଇସ୍‌ ହାମିଲଟନ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଏଥି ସହିତ ମର୍ସିଡିଜ୍‌ ଡ୍ରାଇଭର ହାମିଲଟନ କ୍ୟାରିୟରରେ ରେକର୍ଡ ୮୯ତମ ପୋଲ ପୋଜିଶନ ହାସଲ କରିଛନ୍ତି। ଶନିବାର ପୋଲ ପୋଜିଶନ ପାଇଁ ଅନୁଷ୍ଠିତ ରେସ୍‌ରେ ହାମିଲଟନ ଗ୍ରୀଡ୍‌ ୧ରେ ୧:୧୯.୨୭୩ ସେକେଣ୍ଟ ସମୟ ନେଇ ପ୍ରଥମ ସ୍ଥାନରେ ରହିଥିଲେ। ତାଙ୍କଠାରୁ ୧.୨୧୬ ସେକେଣ୍ଟ ସମୟ ଅଧିକ ନେଇ ରେଡ୍‌ ବୁଲ୍‌ର ମ୍ୟାକ୍ସ ଭେର୍ଷ୍ଟାପେନ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଭେର୍ଷ୍ଟାପେନ ୧:୨୦.୪୮୯ ସେକେଣ୍ଡ ସମୟ ନେଇଥିଲେ। ସେହିପରି ମ୍ୟାକ ଲରେନ୍‌ର କାର୍ଲୋସ ସାଇଞ୍ଜ୍‌ ଜୁନିୟର ୧:୨୦.୬୭୧ ସେକେଣ୍ଡ ସମୟ ନେଇ ତୃତୀୟ ସ୍ଥାନରେ ରହିଥିଲେ। ସେହିପରି ମର୍ସିଡିଜର ଭାଲଟେରୀ ବୋଟ୍ଟାସ୍‌ ୧:୨୦.୭୦୧ ଓ ରିନଲ୍ଟର ଏଷ୍ଟେବାନ୍‌ ଓକନ ୧:୨୦.୯୨୨ ସେକେଣ୍ଡ ସମୟ ନେଇ ପଞ୍ଚମ ସ୍ଥାନରେ ରହିଛନ୍ତି। ନିଜ ପ୍ରଦର୍ଶନରେ ହାମିଲଟନ ଖୁସି ଜାହିର କରିଛନ୍ତି। ମୋର ପ୍ରଦର୍ଶନରେ ଉନ୍ନତି ହୋଇଛି। ସକାଳେ ଜୋର ବର୍ଷା ହୋଇଥିଲା। କୋଭିଡ୍‌-୧୯ ମହାମାରୀ କାରଣରୁ ଖାଲି ଷ୍ଟାଡିୟମରେ ରେସ୍‌ ଆୟୋଜିତ ହୋଇଥିଲା। ଉଲ୍ଲେଖଥାଉ କି, ବ୍ରିଟେନର ଲୁଇସ୍‌ ହାମିଲଟନ ୬ଥର ବିଶ୍ୱ ଚାମ୍ପିୟନଶିପ୍‌ ଜିତିଛନ୍ତି। ସେ ୨୦୦୮, ୨୦୧୪, ୨୦୧୫, ୨୦୧୭, ୨୦୧୮ ଓ ୨୦୧୯ରେ ଏହି ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri