Posted inଖେଳ

ହାମିଲଟନଙ୍କୁ ପୋଲ ପୋଜିଶନ

ମୁଗେଲୋ (ଇଟାଲୀ), ୧୩ା୯ (ଏପି)-ଟସ୍କାନ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି ମୋଟର ରେସ୍‌ ପାଇଁ ଲୁଇସ୍‌ ହାମିଲଟନ ତାଙ୍କ ମର୍ସିଡିଜ୍‌ ଟିମ୍‌ମେଟ୍‌ ଭାଲଟେରି ବୋଟାସ୍‌ଙ୍କୁ .୦୫୯ ସେକେଣ୍ଡ ପଛରେ ପକାଇ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଏହାଦ୍ୱାରା ତାଙ୍କ ପୋଲ୍‌ପୋଜିଶନ ରେକର୍ଡ ସଂଖ୍ୟା ୯୫କୁ ବୃଦ୍ଧି ପାଇଛି। ଏହି ସିଜନରେ ମର୍ସିଡିଜ୍‌ ଏପର୍ଯ୍ୟନ୍ତ ସମସ୍ତ ପୋଲ ପୋଜିଶନ ହାସଲ କରିଥିବା ବେଳେ ହାମିଲଟନ ୭ ଏବଂ ବୋଟାସ ୨ ଥର ପୋଲ ପୋଜିଶନ ହାସଲ କରିଛନ୍ତି। ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ହାମିଲଟନଙ୍କଠାରୁ .୩୬୫ ସେକେଣ୍ଡ ପଛରେ ତୃତୀୟ ହୋଇଥିଲେ। ତାଙ୍କ ଟିମ୍‌ମେଟ୍‌ ଆଲେକ୍‌ଜାଣ୍ଡର ଆଲବନ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ଙ୍କ ଆଗରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲେ। କରୋନା ମହାମାରୀ ସମୟରେ ସିଜନର ୯ମ ଫର୍ମୁଲା ଓ୍ବାନ୍‌ କ୍ୱାଲିଫାଇଂ ସେସନରେ ପ୍ରଥମ ଥର ଦର୍ଶକଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା। ପ୍ରାୟ ୩,୦୦୦ ଦର୍ଶକ ତିନୋଟି ଷ୍ଟାଣ୍ଡ୍‌ରେ ଭାଗହୋଇ ରେସ୍‌କୁ ଉପଭୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri