Posted inଖେଳ

ହାମିଲଟନଙ୍କୁ ପୋଲ ପୋଜିଶନ

ମୁଗେଲୋ (ଇଟାଲୀ), ୧୩ା୯ (ଏପି)-ଟସ୍କାନ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି ମୋଟର ରେସ୍‌ ପାଇଁ ଲୁଇସ୍‌ ହାମିଲଟନ ତାଙ୍କ ମର୍ସିଡିଜ୍‌ ଟିମ୍‌ମେଟ୍‌ ଭାଲଟେରି ବୋଟାସ୍‌ଙ୍କୁ .୦୫୯ ସେକେଣ୍ଡ ପଛରେ ପକାଇ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଏହାଦ୍ୱାରା ତାଙ୍କ ପୋଲ୍‌ପୋଜିଶନ ରେକର୍ଡ ସଂଖ୍ୟା ୯୫କୁ ବୃଦ୍ଧି ପାଇଛି। ଏହି ସିଜନରେ ମର୍ସିଡିଜ୍‌ ଏପର୍ଯ୍ୟନ୍ତ ସମସ୍ତ ପୋଲ ପୋଜିଶନ ହାସଲ କରିଥିବା ବେଳେ ହାମିଲଟନ ୭ ଏବଂ ବୋଟାସ ୨ ଥର ପୋଲ ପୋଜିଶନ ହାସଲ କରିଛନ୍ତି। ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ହାମିଲଟନଙ୍କଠାରୁ .୩୬୫ ସେକେଣ୍ଡ ପଛରେ ତୃତୀୟ ହୋଇଥିଲେ। ତାଙ୍କ ଟିମ୍‌ମେଟ୍‌ ଆଲେକ୍‌ଜାଣ୍ଡର ଆଲବନ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ଙ୍କ ଆଗରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲେ। କରୋନା ମହାମାରୀ ସମୟରେ ସିଜନର ୯ମ ଫର୍ମୁଲା ଓ୍ବାନ୍‌ କ୍ୱାଲିଫାଇଂ ସେସନରେ ପ୍ରଥମ ଥର ଦର୍ଶକଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା। ପ୍ରାୟ ୩,୦୦୦ ଦର୍ଶକ ତିନୋଟି ଷ୍ଟାଣ୍ଡ୍‌ରେ ଭାଗହୋଇ ରେସ୍‌କୁ ଉପଭୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri