୧୦ବର୍ଷ ବିତିଗଲାଣି, ସରୁନି କେନାଲ ପୋଲ

ଖଇରା,୧୮ା୩(ଡି.ଏନ.ଏ.): ଜଳସେଚନ ବିଭାଗର ବିଦ୍ୟାଧରପୁର ଡିଭିଜନ ଖଇରା ସବଡିଭିଜନ ଅନ୍ତର୍ଗତ ସାରକୋଣା-ଭଞ୍ଜପଦା ମଝିରେ ଅନ୍ୟୁନ ୧୦ବର୍ଷ ତଳେ ଆରମ୍ଭ ହୋଇଥିବା ପୋଲ ଏ ପର୍ଯ୍ୟନ୍ତ ସରିପାରିନି। ଫଳରେ ୨୦ଖଣ୍ଡ ଗ୍ରାମର ଲୋକେ ୧୦ବର୍ଷ ଧରି ଡାଇଭର୍ସନରେ ଯାତାୟାତ କରୁଛନ୍ତି । ବର୍ଷାଦିନେ ପାଣି ଜମି କୃତ୍ରିମ ବନ୍ୟା ସୃଷ୍ଟି କରୁଛି। ଏହାଦ୍ୱାରା ଶହ ଶହ ଏକର ଜମିର ଚାଷ ମଧ୍ୟ ପ୍ରଭାବିତ ହେଉଥିବା ଅଭିଯୋଗ ହୋଇଛି। ତୁରନ୍ତ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଅସୁବିଧାର ସମ୍ମୁଖୀନ ହେଉଥିବା ଔପଦା ଖଇରା ବ୍ଲକର ବିଭିନ୍ନ ଗ୍ରାମର ଅଧୀବାସୀ ଦାବି କରିଛନ୍ତି।
ବାମପାର୍ଶ୍ୱ ଆମ୍ବହତା କେନାଲ ଖଇରା-ଔପଦା ରାସ୍ତାର ଭଞ୍ଜପଦା ନିକଟରେ ରାସ୍ତାକୁ ଅତିକ୍ରମ କରୁଥିବାରୁ ଯାତାୟାତ ପାଇଁ ଅନ୍ୟୁନ ୧୦ବର୍ଷ ତଳେ ଏକ ବଡ ପୋଲର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ପାଖାପାଖି ୫୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ପୋଲର ଆରମ୍ଭ କାମ ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଥିଲେ। ଡାଇଭର୍ସନ ମଧ୍ୟ ଠିକ ଭାବେ ହୋଇ ନ ଥିବାରୁ ଖଇରା ଓ ଔପଦା ୨ବ୍ଲକକୁ ସଂଯୋଗ କରୁଥିବା ଏହି ମୁଖ୍ୟ ସଡ଼କ ପଥରେ ଯାତ୍ରୀମାନେ ଅକଥନୀୟ ଦୁର୍ଦ୍ଦଶାର ଶିକାର ହୋଇଥିଲେ। ଡିଭିଜନର ଯନ୍ତ୍ରୀମାନେ ମଧ୍ୟ କାର୍ଯ୍ୟକୁ ଠିକ୍‌ ଭାବେ ତଦାରଖ ନ କରିବାରୁ ଠିକାଦାର ବେପରୁଆ ଭାବେ ଏହି କାର୍ଯ୍ୟ କରି ବିଲ୍‌ ଉଠାଇ ଚାଲିଥିଲେ। ପରେ ଠିକାଦାର କାର୍ଯ୍ୟଛାଡ଼ି ଚାଲିଯିବାରୁ ପୋଲ ୭ଗୋଟି ପିଲାର ମଧ୍ୟରେ ସୀମିତ ହୋଇରହିଛି।
ଏ ସମ୍ପର୍କରେ ସହକାରୀ ଯନ୍ତ୍ରୀ ବସନ୍ତ ଜେନାଙ୍କୁ ପଚାରିବାରୁ ପୁରୁଣା ଟେଣ୍ଡର ବାତିଲ ହୋଇ ନୂଆ ଟେଣ୍ଡର ହୋଇଛି। ଖୁବ୍‌ଶୀଘ୍ର ପୋଲ ସମ୍ପୂର୍ଣ୍ଣ କରିବାର ବ୍ୟବସ୍ଥା କରାଯାଉଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?