Posted inଜାତୀୟ

ମଣିପୁର ବିଧାନସଭା ଲାଗି ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ, ୯୨ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା

ଇମ୍ଫାଲ,୫ ।୩: ମଣିପୁର ବିଧାନସଭା ଲାଗି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ ଶନିବାର ସକାଳୁ ଆରମ୍ଭ ହୋଇଛି । ଏଥର ୬ ଜିଲାର ୨୨ଟି ଆସନ ଲାଗି ୯୨ ପ୍ରାର୍ଥୀ ରହିଛନ୍ତି । ଏମାନଙ୍କ ମଧ୍ୟରେ ୨ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଏହା ଅପରାହ୍ନ ୪ଟା ଯାଏ ଚାଲିବ ବୋଲି ସୂଚନା ରହିଛି । କିଛି ମତଦାନ କେନ୍ଦ୍ରକୁ କେବଳ ମହିଳାମାନେ ପରିଚାଳନା କରିବେ । ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ୧,୨୪୭ ପୋଲିଂ ଷ୍ଟେଶନ ହୋଇଥିବା ବେଳେ ୮.୩୮ ଲକ୍ଷ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ । ତେବେ କରୋନା ସଂକ୍ରମିତ ଅବା କ୍ୱାରାଣ୍ଟାଇନରେ ରହିଥିବା ମତଦାତଙ୍କୁ ଏକ ଘଣ୍ଟା ସମୟ ଦିଆଯିବ । ଅର୍ଥାତ୍ ଦିନ ୩-୪ଟା ମଧ୍ୟରେ ଏମାନେ ମତଦାନ କରିପାରିବେ । ସୂଚନାଯୋଗ୍ୟ, ମଣିପୁରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଫେବୃୟାରୀ ୨୮ରେ ଶେଷ ହୋଇଛି । ଏଥିରେ ୫ଟି ଆସନ ପାଇଁ ୧୨ ପୋଲିଂ ଷ୍ଟେଶନରେ ମତଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri