Posted inଜାତୀୟ

ବିହାର ବିଧାନସଭାର ୭୮ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ପାଟନା,୭ ।୧୧: ବିହାର ବିଧାନସଭାର ୭୮ ଆସନ ପାଇଁ ତୃତୀୟ ବା ଚୁଡାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ୧୬ ଜିଲାରେ ହେଉଥିବା ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି । ଏଥର ପାଖାପାଖି ୨.୩୫ କୋଟି ଭୋଟର ୧,୨୦୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ତୃତୀୟ ପର୍ଯ୍ୟାୟରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର ସର୍ବାଧିକ ୪୬ ଜଣ ପ୍ରାର୍ଥୀ ଥିବା ବେଳେ ଲୋକ ଜନଶକ୍ତି(ଏଲ୍‌ଜେପି)ର ୪୨, ଜନତା ଦଳ(ୟୁନାଇଟେଡ)ର ୩୭, ଭାରତୀୟ ଜନତା ପାର୍ଟି(ଭାଜପା)ର ୩୫ ଓ କଂଗ୍ରେସର ୨୫ ପ୍ରାର୍ଥୀ ରହିଛନ୍ତି । ଏହାସହ ସ୍ୱାଧୀନ ଓ ଆଉ କିଛି ପାର୍ଟିର ପ୍ରାର୍ଥୀ ମଧ୍ୟ ରହିଛନ୍ତି । କରୋନାକୁ ଦୃଷ୍ଟିରେ ରଖି ପୋଲିଂ ବୁଥ୍‌ରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିବା ବେଳେ ଭୋଟରମାନେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବହୁ ସଂଖ୍ୟାରେ ମତଦାନ କରିବାକୁ ଭୋଟରଙ୍କୁ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri